![Above Post Content](http://risingodisha.in/wp-content/uploads/2023/07/c3326471d6b687956600ca672258ba5b.webp)
ଖୋର୍ଦ୍ଧା: ଓଡ଼ିଶା ସମୃଦ୍ଧିର ସମୀକ୍ଷା । ଭୋରରୁ ଗ୍ରାଉଣ୍ଡରେ ପହଞ୍ଚି ବିକାଶର ଅନିୁଧ୍ଯାନ କଲେ ଫାଇଭ-ଟି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ । ଭୋର ସାଢେ ୫ଟାରେ ଖୋର୍ଦ୍ଧାର ମାଆ ବରୁଣେଇ ମନ୍ଦିରରେ ପହଞ୍ଚିଥିଲେ ୫-ଟି ଅଧ୍ୟକ୍ଷ । ମାଆଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ସେ ବେଢା ପରିକ୍ରମା କରିଥିଲେ । ଏହାପରେ ମନ୍ଦିରର ରୂପାନ୍ତରଣ ନେଇ ବରିଷ୍ଠ ଅଧିକାରୀ ଏବଂ ମନ୍ଦିର ସେବାୟତଙ୍କ ସହ ଆଲୋଚନା କରିଥିଲେ । ଭକ୍ତଙ୍କୁ ସର୍ବୋତ୍ତମ ସେବା ଯୋଗାଇ ଦେବା ସହ ମନ୍ଦିରର ଉନ୍ନତିକରଣ ପାଇଁ ଟିକିନିଖି ଭାବେ ଅନୁଧ୍ୟାନ କରିଛନ୍ତି ପାଣ୍ଡିଆନ ।
![Middle post content](http://risingodisha.in/wp-content/uploads/2023/08/website-1-e1691833471554.jpg)
ପାହାଡ଼ ଶିଖରକୁ ଯିବା ପାଇଁ ରାସ୍ତା, ରୋପୱେ କାର୍ଯ୍ୟର ଅନୁଧ୍ୟାନ
![After 2nd paragraph post ads](http://risingodisha.in/wp-content/uploads/2023/08/728.jpg)
ମନ୍ଦିର ଚାରିପାଖ ବୁଲି ଦେଖିବା ସହ କିଭଳି ଉନ୍ନତିକରଣ କାର୍ଯ୍ୟ କରାଯାଉଛି ସେନେଇ ସମୀକ୍ଷା କରିଥିଲେ । ପୀଠରେ ଥିବା ସୀତା କୁଣ୍ଡ, ବରୁଣେଇ ପାହାଡ଼ ଶିଖରକୁ ଯିବା ପାଇଁ ରାସ୍ତା, ରୋପୱେ ଇତ୍ୟାଦି କାର୍ଯ୍ୟର ଅନୁଧ୍ୟାନ କରିଥିଲେ । ମନ୍ଦିରର ରୂପାନ୍ତରଣ ପାଇଁ ମୁଖ୍୍ୟମନ୍ତ୍ରୀ ଅନୁମୋଦନ କରିଥିବାବେଳେ ଯୁଦ୍ଧକାଳୀନ ଭିତ୍ତିରେ ଗୁଣାବତ୍ତାକୁ ଆଧାର କରି କାମ ସାରିବାକୁ ଫାଇଭ-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । ଫାଇଭ-ଟି ଅଧ୍ୟକ୍ଷଙ୍କ ସହ କ୍ରୀଡ଼ା ସଚିବ ଭିନିଲ କ୍ରୀଷ୍ଣା, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
![Below Post Content](http://risingodisha.in/wp-content/uploads/2023/07/5ca1c8be182baca302722f4c96b37584.webp)