୧୧୫ଦିନ ପରେ ରାଘବଙ୍କ ନିଲମ୍ବନ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ

Above Post Content

 

ନୂଆଦିଲ୍ଲୀ: ୧୧୫ଦିନ ପରେ ଆଜି ଆମ୍ ଆଦମୀ ପାର୍ଟି(ଆପ୍‌)ର ସାଂସଦ ରାଘବ ଚଢ଼ାଙ୍କ ନିଲମ୍ବନ ପ୍ରତ୍ୟାହାର କରାଯାଇଛି । ରାଘବଙ୍କ ନିଲମ୍ବନକୁ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖର । ଗତ ଅଗଷ୍ଟ ୧୧ ତାରିଖରେ ରାଘବଙ୍କୁ ରାଜ୍ୟସଭାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ନିଲମ୍ବିତ କରାଯାଇଥିଲା । କେନ୍ଦ୍ର ସରକାର ଜାତୀୟ ରାଜଧାନୀ ଅଞ୍ଚଳ ଦିଲ୍ଲୀ (ସଂଶୋଧନ) ବିଲ୍ ୨୦୨୩କୁ ଯାଞ୍ଚ କରିବା ପାଇଁ ଏକ ପ୍ରସ୍ତାବିତ ସିଲେକ୍ଟ କମିଟିର ସଦସ୍ୟଭାବେ ସେ ଯେଉଁ କେତେଜଣ ସାଂସଦଙ୍କ ନାମ ଦେଇଥିଲେ ସେମାନଙ୍କର ଅନୁମତି ପୂର୍ବରୁ ନେଇ ନ ଥିଲେ । ଏଥିପାଇଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ।

After 2nd paragraph post ads
Middle post content

ନିଲମ୍ବନ ହେବା ମୋତେ ଲଢ଼ିବାକୁ ସାହସ ଦେଇଛି

ଆଜି ରାଜ୍ୟସଭାରେ ବିଜେପି ସାଂସଦ ନରସିଂହ ରାଓ ରାଘବଙ୍କୁ ମିଳିଥିବା ଦଣ୍ଡ ପ୍ରତ୍ୟାହାର କରିବାକୁ ପ୍ରସ୍ତାବ ଦେଇଥିଲେ । ରାଘବ କରିଥିବା ଭୁଲ ପାଇଁ ତାଙ୍କୁ ଯଥେଷ୍ଟ ଦଣ୍ଡ ମିଳିସାରିଛି । ଏବେ ତାଙ୍କର ନିଲମ୍ବନ ପ୍ରତ୍ୟାହାର କରାଯାଉ ବୋଲି ବିଜେପି ସାଂସଦ ପ୍ରସ୍ତାବ ଦେବା ପରେ ଏହାକୁ ଗ୍ରହଣ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖର । ନିଲମ୍ବନ ହଟିବା ପରେ ରାଘବ କହିଛନ୍ତି, “ଏହି ୧୧୫ଦିନର ନିଲମ୍ବନ ସମୟରେ, ମୁଁ ଆପଣଙ୍କଠାରୁ ବହୁତ ଭଲପାଇବା ଏବଂ ଆଶୀର୍ବାଦ ପାଇଛି । ଆପଣ ସମସ୍ତେ ମୋତେ ଲଢ଼ିବାକୁ ସାହସ ଦେଇଛନ୍ତି । ନିଲମ୍ବନ ପ୍ରତ୍ୟାହାର କରିଥିବାରୁ ମୁଁ ସୁପ୍ରିମକୋର୍ଟ ଓ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖରଙ୍କୁ ଧନ୍ୟବାଦ ଜଣାଉଛି ।”

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami