ରାମଙ୍କ ପାଇଁ ଭୋଟ ମାଗିଲେ ସୀତା,ଲକ୍ଷ୍ମଣ

ନୂଆଦିଲ୍ଳୀ: ରାମଙ୍କ ପାଇଁ ଭୋଟ ମାଗିଲେ ସୀତା ଓ ଲକ୍ଷ୍ମଣ । ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ଏଥର ଉତ୍ତରପ୍ରଦେଶ ମିରଟରୁ ବିଜେପିର ସାଂସଦ ପ୍ରାର୍ଥୀ ହୋଇଛନ୍ତି ଅରୁଣ ଗୋଭିଲ । ମତଦାନ ପାଖେଇ ଆସୁଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି । ଏତିକି ବେଳେ ବିଶାଳ ରୋଡ ସୋ’ରେ ବାହାରି ଭୋଟ ଭିକ୍ଷା କରିଛନ୍ତି ରାମାୟଣର ରାମ-ସୀତା । ସାଙ୍ଗରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲହରି ମଧ୍ୟ ସାମିଲ ହୋଇଥିଲେ । ଯାହାଙ୍କୁ ଦେଖିବାକୁ ରାସ୍ତାର ଦୁଇ କଡରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା ।

ନୂଆ କରି ରାଜନୀତିରେ ପାଦ ଦେଇଛନ୍ତି ଅରୁଣ

ଆସନ୍ତା ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ମିରଟ ସମେତ ଉତ୍ତରପ୍ରଦେଶର ୮ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ରାମାନନ୍ଦ ସାଗରଙ୍କ ଟିଭି ସିରିଏଲ ରାମାୟଣରେ ଶ୍ରୀରାମଙ୍କ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ଏବେ ରାଜନୀତିରେ ପାଦ ଦେଇଛନ୍ତି । ତାଙ୍କୁ ବିଜେପି ପକ୍ଷରୁ ଟିକେଟ ଦିଆଯାଇଛି । ସେ ମିରଟ ଲୋକସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି ।

actor arun govildeepika and sunil campaign for arun govildeepika chikhalia and sunil lahiri campaign
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami