ମାଲକାନଗିରିରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭୁବନେଶ୍ୱର: ମାଲକାନଗିରିରେ ବିଜୁ ଜନତା ଦଳ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର । ଆଜି ମାଲକାନଗିରିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ସେ ଜୋରଦାର ପ୍ରଚାର କରି ଭୋଟ ମାଗିଛନ୍ତି । ଲୋକସଭା ପ୍ରାର୍ଥୀ ପ୍ରଦୀପ ମାଝୀଙ୍କ ସହିତ ମାଲକାନଗିରି ବିଧାନସଭା ପ୍ରାର୍ଥୀ ମାନସ ମାଡକାମି ଓ ଚିତ୍ରକୋଣ୍ଡା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା ନାୟକଙ୍କ ପାଇଁ ଡବଲ ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି ।

ଲୋକଙ୍କ ସମସ୍ୟା ସମାଧାନ କରିବ ନବୀନ ଇଞ୍ଜିନ

ଆୟୋଜିତ ବିଶାଳ ସମାବେଶରେ ପାଣ୍ଡିଆନ କହିଥିଲେ ଯେ, ଏ ବିଶାଳ ସମାବେଶ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣମାନଙ୍କ ସ୍ନେହ ଓ ଭଲ ପାଇବାର ପ୍ରତୀକ । ଏସବୁ ଦେଖି ବିରୋଧୀଙ୍କ ନିଦ ହଜିଯାଉଛି । ବିଜେପି କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବେ । ମାଆମାନଙ୍କୁ ପୁଣି ଥରେ ଘର ଭିତରେ ବନ୍ଦ କରି ରଖିବେ । ବିଏସକେୱାଇ ବନ୍ଦ କରିଦେବେ । ଆପଣମାନେ ସତର୍କ ରୁହନ୍ତୁ । ନବୀନ ଇଞ୍ଜିନ କେବେ ବି ଫେଲ୍ ମାରିନି କି ମାରିବ ନାହିଁ । ନବୀନ ଇଞ୍ଜିନ ସବୁବେଳେ ଚାଲିବ, ଲୋକଙ୍କ ସମସ୍ୟା ସମାଧାନ କରିବ । ମାଲକାନଗିରିରେ ସେ କହିଥିଲେ ଯେ ଏଠି ଆପଣଙ୍କ ଜଣେ ବିଧାୟକ ଅଛନ୍ତି, ଯାହାକୁ ଆପଣ ଦେଖିବାକୁ ପାଉ ନାହାନ୍ତି । ଏମିତି ଲୋକ ଆପଣଙ୍କ ଦରକାର, ଯିଏ ଆପଣଙ୍କ ସହିତ ଦିନରାତି ରହି ସୁଖଦୁଃଖର ସାଥି ହେବ । ଆପଣ ନିର୍ଣ୍ଣୟ କରନ୍ତୁ ।

ସବୁ ଯୋଜନା ମାଲକାନଗିରିରୁ ହିଁ ଆରମ୍ଭ

ମୁଖ୍ୟମନ୍ତ୍ରୀ ତାଙ୍କ ବିଶାଳ ହୃଦୟରେ ଜନଜାତିମାନଙ୍କୁ ସବୁଠାରୁ ବଡ ସ୍ଥାନ ଦେଇଛନ୍ତି । ଜନଜାତି ମାନଙ୍କ ପାଇଁ ସବୁଠାରୁ ଅଧିକ ହଷ୍ଟେଲ ଓଡିଶାରେ ହିଁ ହୋଇଛି । ୫ ଲକ୍ଷରୁ ଅଧିକ ଜନଜାତି ଝିଅମାନେ ପାଠ ପଢି ବାପମାଙ୍କ ସ୍ୱପ୍ନ ପୂରଣ କରୁଛନ୍ତି । ଜନଜାତି ଭାଷା, ସଂସ୍କୃତି, ପୂଜାସ୍ଥଳୀ, ଜାହିରାର ସଂରକ୍ଷଣ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କରିଛନ୍ତି ।ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ସବୁଠୁ ବେଶି ଭଲ ପାଆନ୍ତି ବୋଲି ଉଲ୍ଲେଖ କରି ସେ କହିଥିଲେ ଯେ ସବୁ ବଡ ବଡ ଯୋଜନା ସେ ମାଲକାନଗିରିରୁ ହିଁ ଆରମ୍ଭ କରିଛନ୍ତି, ଦୁଇ ଟଙ୍କିଆ ଚାଉଳ, ଟଙ୍କିକିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଲକ୍ଷ୍ମୀ ଯୋଜନା – ସବୁକିଛି ମାଲକାନଗିରିରୁ ହିଁ ଆରମ୍ଭ ହୋଇଛି । ଶେଷରେ ସେ ୯୫ ପ୍ରତିଶତ ଭୋଟ କରି ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବାକୁ ସେ ଅନୁରୋଧ କରିଥିଲେ । ଡବଲ ଶଙ୍ଖରେ ଭୋଟ ଦେଇ ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଜିତାଇବାକୁ ଅନୁରୋଧ କରିଥିଲେ ।

5T Secretary Shri VK Pandianpandian vigorous campaignpandian vigorous campaign in malkangiri
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami