ପାଣ୍ଡିଆନଙ୍କ ଗୋପାଳପୁର ଧବଳେଶ୍ୱର ମନ୍ଦିରର ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା

ଗୋପାଳପୁର : ଗୋପାଳପୁର ନିକଟରେ ଥିବା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ମନ୍ଦିରର ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଜେଡ଼ିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍ । ସେ ଆଜି ସକାଳୁ ସକାଳୁ ଧବଳେଶ୍ୱର ମନ୍ଦିରରେ ପହଞ୍ଚିଥିଲେ । ସେଠାରେ ପୂଜାର୍ଚ୍ଚନା କରିବା ସହ ପ୍ରଭୁଙ୍କ ଆର୍ଶିବାଦ ନେଇଥିଲେ । ଏଠାରେ ଆଖପାଖ ଅଞ୍ଚଳର ଲୋକେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ । ସେ ମନ୍ଦିର ବୁଲି ଦେଖିବା ସହ ସୁବିଧା ଅସୁବିଧା ପଚାରି ବୁଝିଥିଲେ । ଗତକାଲି ସନ୍ଧ୍ୟାରେ ପ୍ରଚଣ୍ଡ କାଳବୈଶାଖୀ ସତ୍ତ୍ୱେ ପାଣ୍ଡିଆନ ଗୋପାଳପୁରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ବିରାଟ ରୋଡ ଶୋ’ କରିଥିଲେ ।

ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ଗୋପାଳପୁର, ଲାଞ୍ଜିପଲ୍ଲୀ ଓ ଲୋଚାପଡ଼ାରେ ରୋଡ ଶୋ କରି ଗୋପାଳପୁର ବିଧାୟକ ପ୍ରାର୍ଥୀ ବିକ୍ରମ ପଣ୍ଡା ଓ ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କ ପାଇଁ ଭୋଟ ମାଗିଥିଲେ । ଆଜି ସକାଳୁ ଧବଳେଶ୍ୱର ମନ୍ଦିର ପରିଦର୍ଶନ ପରେ ସିଦ୍ଧ ଭୈରବୀ ପୀଠକୁ ଗସ୍ତ କରିଥିଲେ । ଆଜି ଦିନ ତମାମ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାର ଶେରଗଡ଼, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ପ୍ରଚାର ସଭା ଓ ରୋଡ ଶୋରେ ସାମିଲ ହେବେ ।

5t chairman kartik pandian campaign5T Secretary VK Pandianpandian visit dhabaleswar temple
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami