ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର : ପଟିଆଛକରେ ଏକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ଖବର ସାମ୍ନାକୁ ଆସିଛି । ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଏଥିରେ କେହି ଆହତ ହୋଇନଥିବା ଜଣାପଡିଛି ।

ନିଆଁ ଲାଗିବା ପରେ ଆପାର୍ଟମେଣ୍ଟ ବାସିନ୍ଦା ଅଗ୍ନିଶମବାହିନୀକୁ ଡାକିଥିଲେ । ଏହାପରେ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପ୍ରକ୍ରିୟା ଜାରିରଖିଥିଲେ। ଦୀର୍ଘ ସମୟ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁଙ୍କୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଏପର୍ଯ୍ୟନ୍ତ ଜଣାପଡିନାହିଁ । ଭୋର୍ ୩ଟା ସମୟରେ ନିଆଁଲାଗିଥିବା ନେଇ ସୂଚନା ମିଳିଛି ।

ଖବରପାଇ ତୁରନ୍ତ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚିଥିଲେ। ନିଆଁ ଲିଭା ସରଞ୍ଜାମ ଏତେ ଉଚ୍ଚକୁ ନେବା ଏକ ଚ୍ୟାଲେଞ୍ଜ ଭାବେ ଉଭା ହୋଇଥିଲା। ମାତ୍ର ବହୁ ପରିଶ୍ରମପରେ ଅଗ୍ନିଶମ କର୍ମଚାରୀ ନିଜ ସରଞ୍ଜାମ ସହ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି।
ଏଥିସହ ତୁରନ୍ତ ଆପାର୍ଟମେଣ୍ଟର ଅନ୍ତେବାସୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି। ଚାରିଆଡ଼େ ଧୂଆଁ ଖେଳି ଯାଇଥିବାରୁ କିଛି ଲୋକ ଅଣନିଶ୍ୱାସୀ ହୋଇ ପଡ଼ିଥିବା ଅଭିଯୋଗ କରିଛନ୍ତି। ତେବେ କେହି ମେଡିକାଲରେ ଭର୍ତ୍ତି ହୋଇ ନ ଥିବା ଜଣାଯାଇଛି।
ଏଭଳି ଅଗ୍ନିକାଣ୍ଡ ଯୋଗୁ ଆପାର୍ଟମେଣ୍ଟ ତଥା ଆଖପାଖ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି।

bhubaneswarbhubaneswar firebhubaneswar fire accidentbhubaneswar fire incidentbhubaneswar fire mishapbhubaneswar newsfire at bhubaneswarfire breaks outfire breaks out at bhubaneswarmajor fire in bhubaneswar hospitalmassive firemassive fire breaks outnews updates in englishodia news in englishodisha news in english
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami