ଆଜି ଶପଥ ନେବେ ମୋହନ ଯାଦବ ଓ ବିଷ୍ଣୁଦେଓ ସାଏ

ନୂଆଦିଲ୍ଲୀ : ଆଜିଠୁ ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ସରକାର ଶାସନ ଆରମ୍ଭ ହେବ । ଦୁଇ ରାଜ୍ୟର ନୂଆ ମୁ୍‌ଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ଓ ବିଷ୍ଣୁଦେଓ ସାଏ ଶପଥ ନେବେ । ସେଥିଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭୋପାଳର ମୋତିଲାଲ ନେହେରୁ ଷ୍ଟାଡିୟମରେ ପୂର୍ବାହ୍ନ ସାଢେ ୧୧ଟାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ଶପଥ ନେବେ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଉଛି । ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ବାଚସ୍ପତି ଦାୟିତ୍ୱ ମିଳିବ ।

ସାମିଲ ହେବେ ପ୍ରଧାନମନ୍ତ୍ରୀ

ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବେ । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଛି ।ଏହାପରେ ଅପରାହ୍ନ ୪ଟାରେ ରାୟପୁର ସାଇନ୍ସ କଲେଜ ପଡିଆରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।ରାୟପୁର ସାଇନ୍ସ କଲେଜ ଗ୍ରାଉଣ୍ଡରେ ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବିଷ୍ଣୁ ଦେଓଙ୍କ ସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଆଜି ଶପଥ ନେବେ । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Mohan Jadhav as Chief Minister of Madhya Pradeshnew government in mp and chhattisgarh from todayVishnu Dev Sai in Chhattisgarh cm
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami