୨୪ରେ ନିର୍ବାଚନ ଲଢ଼ିବେନି ପାଣ୍ଡିଆନ୍‌

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ନେତା ଓ କର୍ମୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ସମ୍ବୋଧନ । ମୁଁ ନିର୍ବାଚନ ଲଢିବି ନାହିଁ , ଜନସେବା ମୋର ଲକ୍ଷ୍ୟ ବୋଲି ସେ କହିଛନ୍ତି । ବିଜୁ ବାବୁ ଓ ନବୀବ ବାବୁଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି । ସେମାନଙ୍କ ଆଦର୍ଶ ଓ ନେତୃତ୍ୱ ମୋତେ ଅନୁପ୍ରାଣିତ କରିିଛି । ଶ୍ରୀଜଗନ୍ନାଥଙ୍କ ପ୍ରତି ମୋର ଅଗାଢ଼ ବିଶ୍ୱାସ ରହିଛି । ଯେଉଁଥିପାଇଁ ପ୍ରତି ଶନିବାର ମୁଁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଯାଇଥାଏ । ଶ୍ରୀଜଗନ୍ନାଥଙ୍କ କୃପା ଓଡ଼ିଶା ଏବଂ ଓଡ଼ିଶାବାସୀଙ୍କ ପ୍ରତି ରହିଛି ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ।

ଜନସେବା ପାଇଁ ଆଇଏଏସ୍ ଚାକିରି ଛାଡ଼ିଛନ୍ତି ପାଣ୍ଡିଆନ

ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସରିବା ପରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ୟ ଜନସେବା ଜାରି ରଖିବେ । ତେବେ ସେ ନିର୍ବାଚନ ଲଢିବେ ନାହିଁ ବୋଲି କହିଛନ୍ତି । ଜନସେବା ପାଇଁ ଆଇଏଏସ୍ ଚାକିରି ଛାଡ଼ିଛନ୍ତି କାର୍ତ୍ତିକ ପାଣ୍ଡିଆନ୍ । ଅକ୍ଟୋବର ୨୩ ତାରିଖରେ ସେ ଆଇଏଏସ ଚାକିରିରୁ ଭିଆରଏସ ନେଇଥିଲେ । ଏହାପରେ ନଭେମ୍ବର ୨୭ ତାରିଖରେ ବିଜେଡିରେ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଦଳୀୟ ବ୍ୟାଜ ପିନ୍ଧାଇ ସ୍ୱାଗତ କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଦାୟିତ୍ୱ ନ୍ୟସ୍ତ କରିଥିଲେ ।

5T Secretary Shri VK Pandian5t secretary v k pandianPandian won the electionv k pandian
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami