![Above Post Content](http://risingodisha.in/wp-content/uploads/2023/07/c3326471d6b687956600ca672258ba5b.webp)
ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନୱାଡ଼ି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟାରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆଏସ୍ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି । ସୂଚନାଯୋଗ୍ୟ କି ରାଜ୍ୟରେ କ୍ରମାଗତ ଭାବେ ବହୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି ।
![Below Post Content](http://risingodisha.in/wp-content/uploads/2023/07/5ca1c8be182baca302722f4c96b37584.webp)