ମହାପ୍ରଭୁଙ୍କୁ ରାଜନୀତିଠାରୁ ଉର୍ଦ୍ଧ୍ୱରେ ରଖିବାକୁ ପରାମର୍ଶ ଦେଲେ ପାଣ୍ଡିଆନ

Above Post Content

ଭୁବନେଶ୍ୱର: ପ୍ରଭୁ ଜଗନ୍ନାଥ ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ୟମନ୍ତ୍ରୀ ସବୁବେଳେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିଆସିଛନ୍ତି । ଭଗବାନ ଅମର ଓ ମଣିଷ ମରଣଶୀଳ ଏମାନଙ୍କର ମିଶ୍ରଣ କେବେ ବି ହୋଇପାରିବନି । ଏପରି କହି ବିଜେପିର ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ରଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡ଼ିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ‘ଜଗନ୍ନାଥ ମୋଦୀଙ୍କ ଭକ୍ତ’ ବୟାନରେ ସମ୍ବିତଙ୍କୁ ସମାଲୋଚନା କରିଛନ୍ତି ପାଣ୍ଡିଆନ । ତେଣୁ ପ୍ରଭୁ ଜଗନ୍ନାଥଙ୍କୁ ରାଜନୀତିଠାରୁ ଊର୍ଦ୍ଧ୍ୱରେ ରଖିବାକୁ ପରାମର୍ଶ ଦେଇଛନ୍ତି । ଏଏନଆଇକୁ ସାକ୍ଷାତକାରବେଳେ ସମ୍ବିତଙ୍କୁ ଟାର୍ଗେଟ କରିଛନ୍ତି ।

Middle post content

ଜଗନ୍ନାଥ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରତୀକ

After 2nd paragraph post ads

ପାଣ୍ଡିଆନ କହିଛନ୍ତି, ବିଜେପି ସବୁବେଳେ ଓଡିଆ ଅସ୍ମିତାକୁ ପ୍ରସଙ୍ଗ କରିଆସୁଛି । ପ୍ରଭୁ ଜଗନ୍ନାଥ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ୟମନ୍ତ୍ରୀ ସବୁବେଳେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିଆସିଛନ୍ତି । ସମ୍ବିତ ପାତ୍ରଙ୍କ ଏପରି ମନ୍ତବ୍ୟକୁ ନେଇ ମୁଖ୍ୟମନ୍ତ୍ରୀ ମର୍ମାହତ । ପ୍ରଭୁ ଜଗନ୍ନାଥଙ୍କୁ ରାଜନୀତିକୁ ଟାଣିବା ନେଇ ମୁଖ୍ୟମନ୍ତ୍ରୀ ବେଶ ଦୁଃଖିତ ବୋଲି କହିଛନ୍ତି ପାଣ୍ଡିଆନ ।ଓଡିଶାବାସୀ ମଧ୍ୟ ଜଗନ୍ନାଥଙ୍କୁ ନିର୍ବାଚନକୁ ଟାଣିବାକୁ ପସନ୍ଦ କରନ୍ତିନି । ଏମିତି ଘଟଣା ବିଜେପି ପକ୍ଷରୁ ପ୍ରଥମ ଘଟଣା ନୁହେଁ । ୨୦୧୯ ପଞ୍ଚାୟତ ନିର୍ବାଚନରେ ଏପରି କିଛି ପ୍ରସଙ୍ଗ ଉଠାଇଥିଲେ ବିଜେପି ନେତା । ଏପରି ବିବାଦୀୟ ମନ୍ତବ୍ୟ ଦେଇ ରାଜନୀତି କରିଆସୁଛି ବିଜେପି । ଏପରି ପ୍ରସଙ୍ଗ ଉଠାଇ ବିଜେପି ବିଜେଡି ଓ ମୁଖ୍ୟମନ୍ତ୍ରୀଙ୍କୁ ରୋକିବାକୁ ଚେଷ୍ଟା କରିଆସୁଛି । ଏହା ବିଜେପିର ରାଜନୈତିକ ରଣନୀତି ରହିଆସିଛି ବୋଲି କହି ସମାଲୋଚନା କରିଛନ୍ତି ପାଣ୍ଡିଆନ ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami