ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି

Above Post Content

ଭୁବନେଶ୍ୱର: ନିର୍ବାଚନ ସମୟରେ ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ବିଜେପି । ବିଜେପି ମାହାଙ୍ଗା ପ୍ରାର୍ଥୀ ସୁମନ୍ତ ଘଡେଇ ସରକାରୀ ଗାଡି ବ୍ୟବହାର କରୁଥିବା ନେଇ ଅଭିଯୋଗ ଆଣିଛି ବିଜେଡି । ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ତ ହୋଇଛି ବିଜେଡି । ସୁମନ୍ତ ନାମାଙ୍କନ ଭରିବାକୁ ଯିବାବେଳେ ସରକାରୀ ଗାଡି ବ୍ୟବହାର କରିଥିବା ଅଭିଯୋଗ ହୋଇଛି ।

Middle post content

ବିଜେପି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

After 2nd paragraph post ads

ସରକାରୀ ଗାଡି ବାବଦରେ ତଦନ୍ତ କରିବା ସହ ସୁମନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି । ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନ, ଅପରାଜିତା ଷଡ଼ଙ୍ଗୀ, ଜୟ ନାରାୟଣ ମିଶ୍ର, ପ୍ରଶାନ୍ତ ଜଗଦ୍ଦେବ ବାରମ୍ବାର ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ନେଇ ବିଜେଡି ସିଇଓଙ୍କ ନିକଟରେ ଅଭିଯୋଗ କରିଛି । ସ୍ୱଚ୍ଛ ଓ ଅବାଧ ନିର୍ବାଚନ ଲାଗି ବିଜେପି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami