ନିର୍ବାଚନରେ ବାଜିମାତ କରିବ ବିଜେଡି: ଏପରି କହିଲେ ପାଣ୍ଡିଆନ

Above Post Content

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୨୮ଟି ଆସନରୁ ୨୪ଟି ଆସନରେ ଜିତିବ ବିଜେଡି । ୪ଟି ପର୍ଯ୍ୟାୟରେ ସୁଇପ୍ କରିବ ବିଜୁ ଜନତା ଦଳ । ଲୋକସଭା ନିର୍ବାଚନରେ ବିଜେଡି ପୂର୍ବ ଅପେକ୍ଷା ଭଲ କରିବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ଏହାର ଫଳାଫଳକୁ ନେଇ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏହା କହିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତକାଲି ଓଡ଼ିଶାରେ ସଫଳତାର ସହ ଶେଷ ହୋଇଯାଇଛି । ସୋମବାର ଦେଶରେ ଚତୁର୍ଥ ତଥା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା ।

Middle post content

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ପାଇଁ ଦଳ ବିଜୟୀ ହେବ

After 2nd paragraph post ads

ବିଜେଡ଼ି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଓ ଭଲ କାମ ପାଇଁ ଦଳ ବିଜୟୀ ହେବ । ପୁଣିଥରେ ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏହାସହ ବିରୋଧୀ ବିଜେପିକୁ ମଧ୍ୟ ଟାର୍ଗେଟ କରିଛନ୍ତି । ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ଓଡ଼ିଶା ବିଜେପିର ୫ ନେତା ସାମ୍ବାଦିକ ସମ୍ମିଳନୀ କରିଥିଲେ । ଯାହା ସୂଚନା ଥିଲା ସେମାନେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଥାନ୍ତେ । ଜଣେ ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଥାନ୍ତେ । କିନ୍ତୁ ଶେଷ ମୁହୂର୍ତ୍ତରେ ନିଜ ନିଜ ଭିତରେ ଝଗଡା ଲାଗି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେନି । ୧୦ ବର୍ଷ ଧରି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଖୋଜୁଛନ୍ତି କିନ୍ତୁ ପାଉନାହାନ୍ତି ବୋଲି ପାଣ୍ଡିଆନ କହିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami