୪ର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

Above Post Content

ଭୁବନେଶ୍ୱର: ଆଜି ସରିବ ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ପ୍ରଚାର । ଏହା ସହ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମଧ୍ୟ ପ୍ରଚାର ଶେଷ ହେଉଛି । ଅପରାହ୍ନ ୫ଟା ସୁଦ୍ଧା ସରିବ ପ୍ରଚାର । ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନରେ ମୋଟ ୧୦ ରାଜ୍ୟର ୯୬ ଆସନରେ ଭୋଟ ଗ୍ରହଣ ହେବ । ଆସନ୍ତା ୧୩ ତାରିଖରେ ନିଆଯିବ ଭୋଟ । ଏଥିରେ ଓଡ଼ିଶାର ୪ ଲୋକସଭା ଆସନ ସହ ୨୮ ବିଧାନସଭା ଆସନରେ ଭୋଟଗ୍ରହଣ ହେବ ।

Middle post content

୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର

After 2nd paragraph post ads

ଓଡ଼ିଶାର ହେବାକୁ ଥିବା ଲୋକସଭା ଆସନ ମଧ୍ୟରେ ରହିଛି ବ୍ରହ୍ମପୁର, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର । ଏହି ୪ ଲୋକସଭା ଆସନ ଅନ୍ତର୍ଗତ ୨୮ ବିଧାନସଭାରେ ଭୋଟଗ୍ରହଣ ହେବ । ଆଜି ନିର୍ବାଚନ ପ୍ରଚାର ସରୁଥିବା ଆସନ ମଧ୍ୟରେ ଆନ୍ଧ୍ରପ୍ରଦେଶର ୨୫ ଆସନ, ତେଲଙ୍ଗାନାର ୧୭, ଉତ୍ତରପ୍ରଦେଶର ୧୩, ମହାରାଷ୍ଟ୍ରର ୧୧, ମଧ୍ୟପ୍ରଦେଶର ୮, ପଶ୍ଚିମବଂଗର ୮, ବିହାର ଓ ଝାଡ଼ଖଣ୍ଡରେ ୫ଟି ଲେଖାଏଁ ଆସନ, ଓଡ଼ିଶାରେ ୪ , ଏବ ଜାମ୍ମୁ କାଶ୍ମୀର ଗୋଟିଏ ଆସନ ରହିଛି । ଆସନ୍ତା ୧୩ ତାରିଖରେ ଓଡ଼ିଶାରେ ହେବାକୁ ଥିବା ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ହେଉଛି । ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, କୋରାପୁଟ, ଗୁଣପୁର, ବିଷମକଟକ, ରାୟଗଡା, ଲକ୍ଷ୍ମୀପୁର, ଜୟପୁର, ପଟ୍ଟାଙ୍ଗୀ ଆସନରେ ଭୋଟଗ୍ରହଣ ହେବ । ଆସନ୍ତା ଅପରାହ୍ନ ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର । ଆଜି ଆନ୍ଧ୍ରପ୍ରଦେଶର ସମସ୍ତ ୧୭୫ ବିଧାନସଭା ଆସନ ଲାଗି ମଧ୍ୟ ଆଜି ସରୁଛି ପ୍ରଚାର । ଆସନ୍ତା ୧୩ ତାରିଖରେ ଆନ୍ଧ୍ରପ୍ରଦେଶରେ ଲୋକସଭା ସହ ବିଧାନସଭା ଭୋଟ ଅନୁଷ୍ଠିତ ହେବ ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami