ବସ୍‌ରେ ବସି ମାଲକାନଗିରିରୁ ଏମ୍‌.ଭି ୩ ଗଲେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ ହୋଇଛି । ଆଜି ଆଦିବାସୀ ଅଧ୍ୟୁଷିତ ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ମାଲକାନଗିରିରୁ ଏମ୍‌.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରିଥିଲେ ମୁଖ୍ୟମନ୍ତ୍ରୀ

ଓଡିଶା ବିକାଶର ଲଞ୍ଚ ପ୍ୟାଡ୍‌

After 2nd paragraph post ads

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାଲକାନଗିରି ମୋର ଅତି ପ୍ରିୟ । ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ । “ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି । ଆଜି ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି । ଓଡିଶାର ବିକାଶରେ ମାଲକାନଗିରିର ଭୂମିକା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମା’ ମାନଙ୍କ ପାଇଁ ବିଏସ୍‌କେୱାଇରେ ୧୦ ଲକ୍ଷ ଟଙ୍କାର ବ୍ୟବସ୍ଥାର ପ୍ରସ୍ତାବ ମାଲକାନଗିରି ରୁ ହିଁ ଆସିଥିଲା । ଆମର ଏହି ଲକ୍ଷ୍ମୀ ଯୋଜନାର ସଂପର୍କ ମଧ୍ୟ ମାଲକାନଗିରି ସହ ରହିଛି ।

ଗାଁ ଗାଁରେ ସମୃଦ୍ଧି ଆଣିବ ଲକ୍ଷ୍ମୀ ଯୋଜନା

ଏହି ଲକ୍ଷ୍ମୀ ଯୋଜନା ଆମର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଆମର ଅର୍ଥନୀତିକୁ ଆହୁରି ମଜବୁତ କରିବ ଏବଂ ଗାଁ ଗାଁରେ ସମୃଦ୍ଧି ଆଣିବ ବୋଲି ସେ କହିଥିଲେ । ସାରା ରାଜ୍ୟରେ ଏହି ଯୋଜନାରେ ଏକ ହଜାରରୁ ଅଧିକ ବସ୍ ଚାଲିବ । ମାଲକାନଗିରିରେ ଆଜି ୩୬ଟି ବସ୍ ଚାଲିବା ଆରମ୍ଭ କରିଛି । ମାଲକାନଗିରିର ୧୧୧ଟି ପଞ୍ଚାୟତକୁ ବସ୍ ସୁବିଧା ମିଳିଲା । ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସହ ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ ରେ ଲକ୍ଷ୍ମୀ ଯୋଜନାରେ ବସ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

Middle post content

ଘରେ ଘରେ ଖୁସି ଆଣିବ

ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ । ଘର ପାଖକୁ ଆସିବ ବସ୍ । ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ । ଚାଷୀକୁ ମାର୍କେଟ ସହିତ ଯୋଡିବ । ରୋଗୀକୁ ହସ୍‌ପିଟାଲ ନେବ । ମା’ ମାନେ ସେମାନଙ୍କ କାମ ପାଇଁ ବିଭିନ୍ନ ସ୍ଥାନକୁ ସୁବିଧାରେ ଯାଇପାରିବେ । ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖୁବ ଶୀଘ୍ର ମାଲକାନଗିରି ଏଥିରେ ସାମିଲ ହେବ । ଏଥିରେ ଗାଁରେ ମିଳିବ ସହରର ସମସ୍ତ ସୁବିଧା । ବ୍ୟାଙ୍କିଂ, ଇଣ୍ଟରନେଟ, ଡିଜିଟାଲ ଭିତ୍ତିଭୂମି ସବୁର ବିକାଶ ହେବା ସହିତ ଆମ ସଂସ୍କୃତିର ମଧ୍ୟ ପ୍ରସାର ହେବ ।

ସ୍ୱାଭିମାନ ଅଞ୍ଚଳରେ ଆସିଛି ବିକାଶର ଆଲୋକ

ଗୁରୁପ୍ରିୟା ସେତୁର ଗୁରୁତ୍ୱ ସମ୍ପର୍କରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହା ମାଲକାନଗିରି ବିକାଶର ଏକ ବଡ ମାଇଲଷ୍ଟୋନ । ଏହି ସେତୁ ଜରିଆରେ ସ୍ୱାଭିମାନ ଅଞ୍ଚଳରେ ଆସିଛି ବିକାଶର ଆଲୋକ । ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଦୁଇ ଶହ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିବା ସହିତ ୬୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍ ସମୟରେ ଶେଷ ହେବ ଏବଂ ମାଲକାନଗିରିର ବିକାଶ ଆହୁରି ଉଜ୍ଜଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ସ୍ୱାଗତ ଭାଷଣ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ଯେତେ ସବୁ ନୂତନ ଯୋଜନା ଆରମ୍ଭ କରିଥାନ୍ତି, ତାହା ମାଲକାନଗିରି ଜିଲ୍ଲାରୁ । ତେଣୁ ମାଲକାନଗିରି ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ । ଲକ୍ଷ୍ମୀ ବସ୍ ଯୋଗୁ ମାଲକାନଗିରିର ଆଭ୍ୟନ୍ତରୀଣ ଅଞ୍ଚଳକୁ ବସ୍ ଚଳାଚଳ ହେବା ଦ୍ୱାରା ଗାଁ ଗହଳିର ଲୋକମାନେ ବହୁଳ ଭାବେ ଉପକୃତ ହେବେ ।

ମାଲକାନଗିରି ଜିଲାବାସୀଙ୍କ ପାଇଁ ଐତିହାସିକ ଦିନ

ଅନ୍ୟତମ ଅତଥି ଭାବେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ବାକା କହିଥିଲେ ଯେ ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଆଜି ଦିନଟି ଏକ ଐତିହାସିକ ଦିନ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସ୍ୱାଭିମାନ ଅଞ୍ଚଳଳରେ ଗୁରୁପ୍ରିୟା ସେତୁ ନିର୍ମାଣ ଫଳରେ ଆମ ଅଞ୍ଚଳର ବହୁତ ବିକାଶ ହୋଇଛି । ଅନ୍ୟତମ ଅତଥି ଭାବେ ଯୋଗ ଦେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ସବୁ ଯୋଜନା ଭାବନ୍ତି ତାକୁ ତୃଣମୂଳ ସ୍ତରରେ ଆରମ୍ଭ କରନ୍ତି । ଲକ୍ଷ୍ମୀ ଯୋଜନା ମାଧ୍ୟମରେ ପଞ୍ଚାୟତରୁ ବ୍ଲକକୁ, ବ୍ଲକରୁ ଜିଲ୍ଲା ସଦରମହକୁମାକୁ ଗାଡି ଚଳାଚଳ କରିବ । ଗ୍ରାମାଞ୍ଚଳର କୃଷକ, ଛାତ୍ରଛାତ୍ରୀ, ମା’ ଭଉଣୀ ସମସ୍ତେ ଏହା ମାଧ୍ୟମରେ ଉପକୃତ ହେବେ ।  ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ପ୍ରତି ବ୍ଲକରେ ବସ୍ ଷ୍ଟାଣ୍ଡ ନିର୍ମାଣ ହେଉଛି । ଏହା ବସ୍ ଚଳାଚଳ ବ୍ୟବସ୍ଥାରେ ଉନ୍ନତି ଆଣିବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami