ଏସଏଚଜି ମହିଳାଙ୍କ ପାଇଁ ପେନସନ ଘୋଷଣା ପରେ ଖୁସି କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର: ଏସଏଚଜି ମହିଳାଙ୍କ ପାଇଁ ପେନସନ ଗ୍ୟାରେଣ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗରୁତ୍ୱ ଦେଇଛନ୍ତି । ଏହି ଇସ୍ତାହାରରେ ମିଶନଶକ୍ତି ମାଆମାନଙ୍କୁ ପେନସନ ଘୋଷଣା କରିଛନ୍ତି । ଏହି ଘୋଷଣା ପରେ ମାଆମାନଙ୍କୁ ଖୁସି ତ ବୋଲି ପଚାରି ବୁଝିଛନ୍ତି । ଓଡିଶାର ଅଭିବୃଦ୍ଧି କାହାଣୀରେ ମହିଳାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସେମାନଙ୍କ ପାଇଁ ବିନା ସୁଧରେ ୧୫ ଲକ୍ଷ ପର୍ଯ୍ୟନ୍ତ ଋଣ ଯୋଗାଇ ଦେବାରେ ଦେଶରେ ପ୍ରଥମ ରାଜ୍ୟ ହେବ । ଆସନ୍ତା ୫ ବର୍ଷ ମଧ୍ୟରେ ଏସଏଚଜି ଗୁଡ଼ିକୁ ଦେଢ ଲକ୍ଷ କୋଟି ଟଙ୍କାର ଆର୍ôଥକ ଲିଙ୍କେଜ୍ ହାସଲ କରି ୨୫ଶହ କୋଟି ଟଙ୍କାର ସୁଧ ସେମାନଙ୍କ ନିକଟକୁ ଫେରାଇ ଦିଆଯିବ । ଏହା ସେମାନଙ୍କୁ ସେମାନଙ୍କର ବ୍ୟବସାୟକୁ ଇନ୍ଧନ ଦେବାରେ ସାହାଯ୍ୟ କରିବ ।

Middle post content

ବ୍ୟକ୍ତିଗତ ମହିଳା ଉଦ୍ୟୋଗୀମାନଙ୍କୁ ମିଳିବ ସହାୟତା

After 2nd paragraph post ads

ଏସଏଚଜିରୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗରେ ରୂପାନ୍ତରକୁ ତ୍ୱରାନ୍ୱିତ କରିବ । ଏସଏଚଜି ଗୁଡିକୁ ଆଗାମୀ ୧୦ ବର୍ଷରେ ୨୦ ହଜାର କୋଟିର ସରକାରୀ ବ୍ୟବସାୟ ଯୋଗାଇ ଦିଆଯିବ । ବ୍ୟକ୍ତିଗତ ମହିଳା ଉଦ୍ୟୋଗୀମାନଙ୍କୁ ସେମାନଙ୍କ ବ୍ୟବସାୟ ଆରମ୍ଭ ଏବଂ ବୃଦ୍ଧି ପାଇଁ ୧୦ ଲକ୍ଷ ପର୍ଯ୍ୟନ୍ତ ସବସିଡିଯୁକ୍ତ ଋଣ ଯୋଗାଇବା ପାଇଁ ଶହେ କୋଟି ଟଙ୍କାର କର୍ପସ ପାଣ୍ଠି ସହିତ ସହାୟତା କରାଯିବ । ମିଶନ୍ ଶକ୍ତି ମହିଳାଙ୍କ ପାଇଁ ପେନସନ ରହିବ । ସମସ୍ତ ତୃଣମୂଳ ସ୍ତରର ମହିଳା କର୍ମୀ, ସମ୍ପ୍ରଦାୟର ସହାୟତା କର୍ମଚାରୀ, ଅଙ୍ଗନୱାଡି କର୍ମୀ, ଏବଂ ଆଶା ଗୁଡିକ ସାମାଜିକ ସୁରକ୍ଷା ପେନସନ ମଧ୍ୟ ପାଇବେ ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami