କର୍ଫ୍ୟୁ ପାଇଁ ଆକାଶ ଛୁଆଁ ପରିବା ଦର

Above Post Content

ବାଲେଶ୍ୱର: ବାଲେଶ୍ୱରରେ ଲାଗିଥିବା କର୍ଫ୍ୟୁ ପ୍ରଭାବରେ ପରିବା ଦର ଆକାଶ ଛୁଆଁ ହୋଇଛିସବୁ ପରିବା ଦର କିଲୋ ପ୍ରତି ପାଖାପାଖି ୧୦୦ ଟଙ୍କା । ଟମାଟୋ, ପିଆଜ ଦର ୧୦୦ ଉପରେ ଥିବା ବେଳେ କଲରା ୧୦୦, ପୋଟଳ ୮୦, ବାଇଗଣ ୧୦୦, ଝୁଡ଼ଙ୍ଗ ୮୦ ଟଙ୍କା ଛୁଇଁଛି ଦର । ପରିବା ଦର ବୃଦ୍ଧିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଖାଉଟି।
ଏଣେ ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା। ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତିି ନେଇଛି। ଦୁଇ ଗୋଷ୍ଠୀ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପରେ ପୁରା ସହରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଛି। ଘଟଣାରେ ୩୪ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ୪୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। କର୍ଫ୍ୟୁ ସମୟରେ ଘରୁ ନବାହାରି ପୁଲିସକୁ ସହଯୋଗ କରିବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ସହରରେ ସମସ୍ତେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ବାଲେଶ୍ୱରକୁ ସଂଯୋଗ କରୁଥିବା ସବୁ ରାସ୍ତା ସିଲ୍ କରାଯାଇଛି ।

Middle post content

ବାଲେଶ୍ୱର ସଦର ସୁନହଟ ଅଞ୍ଚଳରେ ସୋମବାର ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଯାହାକୁ ନେଇ ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଥିଲା।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami