ଚାଲିଛି ପୂଜା : ଶକ୍ତିପୀଠରେ ନବମୀ, ମଣ୍ଡପରେ ଅଷ୍ଟମୀ

Above Post Content

ଭୁବନେଶ୍ୱର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମହାମାୟା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ପଲ୍ଲୀଠୁ ସହର । ଶକ୍ତିପୀଠରେ ଆଜି ମହାନବମୀ ପୁଜା ଚାଲିଥିବା ବେଳେ ମଣ୍ଡପରେ ମାଆଙ୍କର ମହାଷ୍ଟମୀ ପୂଜା । ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ମହାଷ୍ଟମୀ ପୂଜା କରିବା ଲାଗି ମଣ୍ଡପଗୁଡିକରେ ପ୍ରବଳ ଭିଡ ଲାଗି ରହିଛି । ଭକ୍ତିମୟ ପରିବେଶ ସାଙ୍ଗକୁ ଚଣ୍ଡିପାଠରେ କମ୍ପୁଛି ପୁରା ପରିବେଶ । ମାଆଙ୍କ ଆରାଧନା ଓ ଆଶୀର୍ବାଦ ନେବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି ।

Middle post content

ସଜେଇ ହୋଇଛି ରାଜଧାନୀ

After 2nd paragraph post ads

ଦୁର୍ଗାଙ୍କ ପୂଜା ପାଇଁ ସଜେଇ ହୋଇଛି ତୋରଣ । ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ୱରର ପୂଜା ମଣ୍ଡପ । ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୁରା ପରିବେଶ । କଟକରେ ସୁନାଚାନ୍ଦିରେ ଝଟକୁଛନ୍ତି ମାଆ । ମୀନା ବଜାର ସାଙ୍ଗକୁ ପୂଜା ପାଇଁ ସବୁଠି ଭିଡ଼ । କଟକ , ଭୁବନେଶ୍ୱରରେ ଦୁର୍ଗାପୂଜା ଲାଗି ପ୍ରବଳ ଭିଡ ପରିଲକ୍ଷିତ ହୋଇଛି । ରାତି ୨ଟା ଯାଏ ଲୋକ ବୁଲି ବୁଲି ମେଢ ଦେଖୁଛନ୍ତି । ଲୋକଙ୍କ ମନୋରଞ୍ଜନ ଲାଗି ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମେଲୋଡି କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି । ପୂଜା ପାଇଁ ଭିଡ ବଢୁଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami