![Above Post Content](http://risingodisha.in/wp-content/uploads/2023/07/c3326471d6b687956600ca672258ba5b.webp)
କଟକ: ଆସନ୍ତାକାଲି ଆୟୋଜିତ ହେବ ମା’ ଦୁର୍ଗାଙ୍କର ଭସାଣ ଉତ୍ସବ । ଏ ନେଇ କିଭଳି ଭାବେ କଟକରେ ସୁରୁଖୁରୁରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି କରାଯାଇଛି ।
କଲେଜ ଛକ-ବକ୍ସିବଜାର ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ମନା
![After 2nd paragraph post ads](http://risingodisha.in/wp-content/uploads/2023/08/728.jpg)
![Middle post content](http://risingodisha.in/wp-content/uploads/2023/08/website-1-e1691833471554.jpg)
ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ । ଭସାଣ ବେଳେ ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି । କଲେଜ ଛକଠାରୁ ବକ୍ସିବଜାର ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ମନା । ଠିକ୍ ସେହିପରି ତିନିକୋଣିଆ ବଗିଚାରୁ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଭସାଣ ବେଳେ କୌଣସି ଯାନବାହନ ଚଳାଚଳ କରିପାରିବ ନାହିଁ । ଏଣେ ଚଣ୍ଡୀଛକରୁ ଶେଖ ବଜାର ଓ ମହମ୍ମଦିଆ ବଜାର ବାଟଦେଇ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଗାଡ଼ି ଚଳାଚଳକୁ ବାରଣ କରାଯାଇଛି ।
ନିୟମ ଉଲ୍ଲଂଘନ କଲେ ଭରିବେ ଜରିମାନା
ସେହିପରି ଜାଉଁଳିଆପଟିରୁ ଫିରଙ୍ଗି ବଜାର ଦେଇ ଦେବୀଗଡ଼ା ଯାଏ ବି ଯାନବାହନ ଚଳାଚଳ କରାଯିବ ନାହିଁ । ତେଣେ ଚୌଧୁରୀ ବଜାରରୁ ପୂର୍ଣ୍ଣ ସାହି ଯାଏ ବି ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି । ଏନେଇ ଜନସାଧାରଣଣଙ୍କୁ ସହଯୋଗ କରିବାକୁ କମିଶନରେଟ ପୁଲିସ ପକ୍ଷରୁ ନିବେଦନ କରାଯାଇଛି । ଉକ୍ତ ନିୟମ ଉଲ୍ଲଂଘନ କରିଲେ, ୫୦୦ ଟଙ୍କାରୁ ୧ ହଜାର ଟଙ୍କା ଯାଏ ଜରିମାନା ଆଦାୟ କରାଯିବା ନେଇବି ଚେତାବନୀ ଦିଆଯାଇଛି ।
![Below Post Content](http://risingodisha.in/wp-content/uploads/2023/07/5ca1c8be182baca302722f4c96b37584.webp)