ଆଜି ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବେ ଜେ ପି ନଡ୍ଡା , ରାହୁଲ ଗାନ୍ଧି

Above Post Content

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ତାରିଖ ପାଖେଇ ଆସୁଛି । ଦିନକୁ ଦିନ ନିର୍ବାଚନୀ ପାଣିପାଗ ସରଗରମ ହେବାରେ ଲାଗିଛି । ବିଶେଷକରି ଗତ ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରୁ ନିର୍ବାଚନ ପ୍ରଚାରର ଶୁଭ ଶଙ୍ଖ ଫୁଙ୍କିବା ପରେ ବିରୋଧୀ ଶିବିର ଚଳଚଞ୍ଚଳ ହୋଇଉଠିଛି । ଗତ ୨୫ ତାରିଖରେ ବିଜେପିର ବରିଷ୍ଠ ନେତା ଅମିତ୍ ଶାହା ସୋନପୁରରେ ନିର୍ବାଚନ ପ୍ରଚାର କରି ଦଳୀୟ ନେତା ଓ କର୍ମୀଙ୍କୁ ଉତ୍ସାହିତ କରିଛନ୍ତି । ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ୍ ହୋଇ ଉଠିଥିବା ବେଳେ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଏବଂ କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି । ଗୋଟିଏ ଦିନରେ ଜାତୀୟ ରାଜନୀତିର ଦୁଇ ହେଭିୱେଟ ନେତା ଓଡ଼ିଶା ଆସୁଥିବାରୁ ଏହାକୁ ନେଇ ରାଜ୍ୟ ରାଜନୀତିରେ ବେଶ୍‌ଉଷ୍ମତା ଭରିଯାଇଛି ।

Middle post content

ଗୋଟିଏ ଦିନରେ ଦୁଇ ହେଭିୱେଟ ନେତାଙ୍କ ପ୍ରଚାର

After 2nd paragraph post ads

ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସିଛନ୍ତି । ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯାଇଥିଲେ । ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯିବେ । ସେଠାରେ ସେ ଦଳ ପକ୍ଷରୁ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧିତ କରିବେ । ଏହାପରେ ରାହୁଲ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଭୁବନେଶ୍ୱର ବିମାନବନ୍ଦରରେ ଅପରାହ୍ଣ ୪ଟା ୩୦ରେ ପହଞ୍ଚିବେ । ସେ ବିମାନବନ୍ଦରରୁ ସିଧାସଳଖ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ଯିବେ । ଅପରାହ୍ଣ ସାଢ଼େ ୫ଟାରେ ନଡ୍ଡା ମୟୂରଭଞ୍ଜର ଆମ୍ୱପୁଆ ଠାରେ ଏକ ସାଧାରଣସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସନ୍ଧ୍ୟା ୬ଟା ୪୫ରେ ସେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବେ । ଏହି ବୈଠକରେ ବ୍ରହ୍ମପୁର, ଆସିକା, ନବରଙ୍ଗପୁର ଓ କୋରାପୁଟର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେବେ । ବ୍ରହ୍ମପୁରରେ ରାତ୍ରି ରହଣି କରି ଆସନ୍ତାକାଲି ସକାଳେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami