![Above Post Content](https://risingodisha.in/wp-content/uploads/2023/07/c3326471d6b687956600ca672258ba5b.webp)
ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି । ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି । ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ମେ’ ୧୩, ୨୦, ୨୫ ଏବଂ ଜୁନ୍ ୧ରେ ଆମ ରାଜ୍ୟରେ ନିର୍ବାଚନ ହେବ । ଜୁନ୍ ୪ ମଙ୍ଗଳବାର ଭୋଟ୍ ଗଣତି ହେବ ।
![Middle post content](https://risingodisha.in/wp-content/uploads/2023/08/website-1-e1691833471554.jpg)
ଜାଣନ୍ତୁ କେଉଁ ଜିଲାରେ କେବେ ଭୋଟ୍
![After 2nd paragraph post ads](https://risingodisha.in/wp-content/uploads/2023/08/728.jpg)
ମେ’ ୧୩ ଅର୍ଥାତ୍ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଏବଂ ବ୍ରହ୍ମପୁରରେ ନିର୍ବାଚନ ଅନୁଷ୍ଠିତ ହେବ । ସେହିପରି ମେ’ ୨୦ ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ ଏବଂ ଆସିକାରେ ହେବ ନିର୍ବାଚନ । ମେ’ ୨୫ରେ ସମ୍ବଲପୁର କେନ୍ଦୁଝର, କଟକ, ପୁରୀ, ଢେଙ୍କାନାଳ, ଖୋର୍ଦ୍ଧାରେ ନିର୍ବାଚନ ହେବ । ଜୁନ୍ ୧ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଏବଂ ଜଗତସିଂହପୁରରେ ନିର୍ବାଚନ ଅନୁଷ୍ଠିତ ହେବ ।
![Below Post Content](https://risingodisha.in/wp-content/uploads/2023/07/5ca1c8be182baca302722f4c96b37584.webp)