![Above Post Content](http://risingodisha.in/wp-content/uploads/2023/07/c3326471d6b687956600ca672258ba5b.webp)
ନୂଆଦିଲ୍ଲୀ: ୨ ହଜାର ଟଙ୍କିଆ ନୋଟ୍ର ଡିପୋଜିଟ୍ ଓ ଏକ୍ସଚେଞ୍ଜର ଅବଧି ବଢ଼ିଲା । ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି କଲେ ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ । ୨ ହଜାର ଟଙ୍କିଆ ନୋଟ୍ର ବଦଳି ଅବଧି ଆଜି ଶେଷ ହେଉଥିଲା । କିନ୍ତୁ ଏବେ ବି ବହୁ ୨ ହଜାର ଟଙ୍କିଆ ନୋଟ୍ ବଜାରରେ ଉପଲବ୍ଧ ରହିଛି, ତେଣୁ ବହୁ ସମୀକ୍ଷା କରିବା ପରେ ଏହି ଅବଧିକୁ ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ।
![Middle post content](http://risingodisha.in/wp-content/uploads/2023/08/website-1-e1691833471554.jpg)
ସୂଚନା ଅନୁସାରେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ୨୦୨୩ ମେ’ ୧୯ରେ ୨୦୦୦ ଟଙ୍କିଆ ନୋଟ୍ ଅଚଳ ହୋଇଯିବ ବୋଲି ଘୋଷଣା କରାଯାଇଥିଲା । ସେପ୍େଟମ୍ବର ୩୦ ମଧ୍ୟରେ ବଜାରରେ ଥିବା ୨ ହଜାର ଟଙ୍କିଆ ନୋଟକୁ ବ୍ୟାଙ୍କରେ ଫେରସ୍ତ କରାଯାଇପାରିବ ବୋଲି ଆରବିଆଇ ପକ୍ଷରୁ ସ୍ପଷ୍ଟ ବି କରାଯାଇଥିଲା । ଆଇବିଆଇର ଏମିତି ନିଷ୍ପତ୍ତ ି ପରେ ଅନେକ ମାତ୍ରାରେ ୨ ହଜାରିଆ ନୋଟ୍ ବ୍ୟାଙ୍କରେ ଜମା କରିଥିଲେ ଲୋକେ । ଅଗଷ୍ଟ ୩୧ ସୁଦ୍ଧା ୯୩ ପ୍ରତିଶତ ଫେରସ୍ତ ହୋଇସାରିଲାଣି । ହେଲେ ଏବେ ବି କିଛି ଟଙ୍କା ବଜାରରେ ଥିବା କୁହାଯାଉଛି ।
![Below Post Content](http://risingodisha.in/wp-content/uploads/2023/07/5ca1c8be182baca302722f4c96b37584.webp)