ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ିରେ ନିର୍ମାଣ ହେବ ଅତ୍ୟାଧୁନିକ ଲାଇବ୍ରେରୀ

Above Post Content

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ହେବ । ଏଥିପାଇଁ ୩୦ କୋଟି ୫୮ଲକ୍ଷ ୩୧ ହଜାର୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି । ୫ଟି ସଚିବ ଭି କେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତି ରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

Middle post content

ଏହି ଲାଇବ୍ରେରୀ ରେ ଏକ ବଡ ହଲ ରହିବ । ଯେଉଁଠାରେ ଛାତ୍ରଛାତ୍ରୀମାନେ ବସି ପାଠ ପଢବାର ସୁଯୋଗ ପାଇବେ । ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀ ମାନେ ସେଠାରେ ପ୍ରସ୍ତୁତି କରି ପାରିବେ । ସୂଚନାଯୋଗ୍ୟ ଯେ, ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତ କଟକର ଡଗରପଡାଠାରେ ଜନ୍ମ ଗ୍ରହଣ କରିଥିଲେ । ସାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ । ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜ୍‌ଦୁରମାନଙ୍କ ସ୍ୱାର୍ଥ୍ୟର ସୁରକ୍ଷା ପାଇଁ ଜୀବନବ୍ୟାପି ସଂଗ୍ରାମ କରିଥିଲେ । ତାଙ୍କ ନାମରେ ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ୱର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବ । ଏଥିସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami