ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ପ୍ରଭାବିତ ହେବ ଉପକୂଳ ଓଡ଼ିଶା

Above Post Content

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଗତ ୬ ଘଣ୍ଟାଧରି ୧୮କିଲୋମିଟର ବେଗରେ ଗତି କରୁଛି ଅବପାତ । ପାରାଦୀପର ଦକ୍ଷିଣରେ ୩୮୦କିମି ଦୂରରେ ଏହାର ଅବସ୍ଥିତି ରହିଛି । ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ନେଇପାରେ ବାତ୍ୟାର ରୂପ । ବାତ୍ୟାର ନାଁ ରହିବ ମିଢିଲି । ଏହାର ନାମକରଣ କରିଛି ମାଲଦୀପ । ବାଂଲାଦେଶରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । କାଲି ସକାଳେ ଗଭୀର ଅବପାତ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ ।

ଓଡ଼ିଶାର ୪ଟି ଜିଲାରେ ଛେଚିବ ବର୍ଷା

After 2nd paragraph post ads
Middle post content

ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଏବଂ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବ ପବନ ।

ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ

ସମୁଦ୍ର ଅଶାନ୍ତରୁ ତୀବ୍ର ଅଶାନ୍ତ ହେବ । ଏଥିପାଇଁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ପ୍ରବଳ ବର୍ଷାରେ ପ୍ରଭାବିତ ହୋଇପାରେ ଧାନ ଚାଷ । ସେଥିପାଇଁ ଅମଳ ଯୋଗ୍ୟ ହୋଇଥିବା ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । କୃଷି ବିଭାଗ ସ୍ୱତନ୍ତ୍ର ବୈଠକ ଡାକିବା ସହ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami