ମହାପ୍ରଭୁଙ୍କ ବନକଲାଗି: ସାଢ଼େ ୩ ଘଣ୍ଟା ଦର୍ଶନ ବନ୍ଦ ରହିବ

Above Post Content

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ସାଢେ ୩ ଘଣ୍ଟା ଧରି ବନ୍ଦ ରହିବ । ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ଆଜି ଜ୍ୟେଷ୍ଠ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପରେ ଏଥିପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami