ମୋହନ ମାଝୀ ହେଲେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ବର : ଓଡ଼ିଶା ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ଦିନ ଠାରୁ ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଲାଗିରହିଥିଲା ସସପେନ୍ସ । ମୁଖ୍ୟମନ୍ତ୍ରୀ ରେସ୍‌ରେ ଥିଲେ ଅନେକ ନେତା ।
ଆଉ ବର୍ତ୍ତମାନ ତାହା ଉପରେ ବିରାମ ଲଗାଇଛନ୍ତି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନେତୃତ୍ୱ । ଶେଷରେ ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀଯୁକ୍ତ ମୋହନ ମାଝୀଙ୍କ ନାଁରେ ମୋହର ବାଜିଛି। ବୁଧବାର ଶ୍ରୀଯୁକ୍ତ ମାଝି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

Middle post content

ବିଧାୟକ ଦଳ ନେତା ଚୟନ ପାଇଁ ବିଜେପି ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଦାୟିତ୍ବ ଦେଇଥିଲା । ବିଜେପି ବିଧାୟକଙ୍କ ସହ ଆଲୋଚନା ପରେ ରାଜନାଥ ଓ ଭୂପେନ୍ଦ୍ର ଯାଦବ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଛନ୍ତି ।

After 2nd paragraph post ads

ମୋହନ ମାଝୀ କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ରାଇକଳାରେ ୧୯୭୨ ମସିହା ଜାନୁଆରି ୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକ (କଳା)। ସେ ୨୦୦୦, ୨୦୦୪, ୨୦୧୯ ଓ ୨୦୨୪ ମସିହାରେ ବିଜେପି ଟିକେଟ୍‌ରେ କେନ୍ଦୁଝର ଆସନରୁ ବିଜୟୀ ହୋଇଛନ୍ତି।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami