କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Above Post Content

 

ଭୁବନେଶ୍ୱର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି । ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ମଧ୍ୟ ଦୁଇଟି ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ । ସେ ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ମଧ୍ୟ ନିର୍ବାଚନ ଲଢିବେ ।

After 2nd paragraph post ads

ଘୋଷଣା ହୋଇଥିବା ପ୍ରାର୍ଥୀଙ୍କ ତାଲିକା

Middle post content

କଣ୍ଟାବାଞ୍ଜି- ନବୀନ ପଟ୍ଟନାୟକ
ଅନୁଗୁଳ- ସଂଯୁକ୍ତା ସିଂହ
ନିମାପଡ଼ା- ଦିଲୀପ ନାୟକ
ସାନଖେମୁଣ୍ଡି- ସୁଲକ୍ଷଣା ଗୀତାଞ୍ଜଳି ଦେବୀ
ଜୟପୁର- ଇନ୍ଦିରା ନନ୍ଦ
ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ
ପଦ୍ମପୁର- ବର୍ଷା ସିଂ ବରିହା
କୁଚିଣ୍ଡା- ରାଜେନ୍ଦ୍ର ଛତ୍ରିଆ
ଦେବଗଡ଼- ଅରୁନ୍ଧତି ଦେବୀ

ସମ୍ବଲପୁର ଓ ରେଢ଼ାଖୋଲରେ ପ୍ରାର୍ଥୀ ପରିବର୍ତ୍ତନ

ଅନ୍ୟପଟେ ସମ୍ବଲପୁର ଓ ରେଢ଼ାଖୋଲ ପ୍ରାର୍ଥୀ ପରିବର୍ତ୍ତନ କରିଛି ବିଜେଡି । ପୂର୍ବରୁ ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ ଓ ରେଢ଼ାଖୋଲରୁ ରୋହିତ ପୂଜାରୀ ପ୍ରାର୍ଥୀ ହୋଇଥିବା ବେଳେ ଆଜି ସେଥିରେ ପରିବର୍ତ୍ତନ କରାଯାଇ ରେଢ଼ାଖୋଲରୁ ପ୍ରସନ୍ନ ଆଚାର୍ଯ୍ୟ ଓ ସମ୍ବଲପୁରରୁ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରିଛି ବିଜେଡି । ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୨୬ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି । ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୨୧ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami