ଯୋଡି ଶଙ୍ଖରେ ଭୋଟ ଦେବାକୁ ଅପିଲ୍ କରିବେ ନବୀନ

Above Post Content

ଭୁବନେଶ୍ୱର: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ଖୋର୍ଦ୍ଧା, ନୟାଗଡ, ପୁରୀ ଓ ପରେ କଟକରେ କରିବେ ଜୋରଦାର ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ଅପିଲ କରିବେ ମୁଖ୍ୟମନ୍ତ୍ରୀ । ପ୍ରଥମେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଖୋର୍ଦ୍ଧା ହାବେଳି ପଡିଆରେ ନିର୍ବାଚନୀ ସଭାରେ ଯୋଗଦେଇ ଜନତାଙ୍କୁ ସମ୍ବୋଧନ କରିବେ । ଏହାପରେ ନୟାଗଡ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବ । ସେଠୁ ପୁରୀ ତାଳବଣିଆ, ପରେ କଟକ ଅଭିମୁଖେ ଯାଇ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ମୁଖ୍ୟମନ୍ତ୍ରୀ । ନବୀନଙ୍କ ଗସ୍ତକୁ ନେଇ ସମସ୍ତ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami