ପୁରୀ ପରିକ୍ରମା ଓ ଲିଙ୍ଗରାଜଙ୍କ କାମ ବନ୍ଦ କରିବାକୁ ଚେଷ୍ଟା କରିଥିଲେ ଅପରାଜିତା

Above Post Content

ଭୁବନେଶ୍ୱର : ଆଜି ଖୋର୍ଦ୍ଧାରେ ଜୋରଦାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ ନବୀନ । ନିଜ ଅଞ୍ଚଳର ବିକାଶ ପାଇ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି । ଖୋର୍ଦ୍ଧାର ହେବାଳି ପଡ଼ିଆରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି । ପୁରୀ ପରିକ୍ରମା ପ୍ରକଳ୍ପ ଓ ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବାକୁ ଭୁବନେଶ୍ୱର ସାଂସଦ ଚେଷ୍ଟା କରିଥିଲେ ବୋଲି କହିଛନ୍ତି ନବୀନ ।

Middle post content

ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ କଲେ ଅନୁରୋଧ

After 2nd paragraph post ads

ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ମତାମତ ନେଇଥିଲେ ନବୀନ । ବିଏସକେୱ ।ଇ, ମିଶନ ଶକ୍ତି, ମମତା ଯୋଜନା, ଚାଷୀଙ୍କ କାଳିଆ ଯୋଜନା ଓ ଲକ୍ଷ୍ମୀ ବସ୍ ସେବା ଭଲ କି ବୋଲି ପଚାରିଥିଲେ । ଏକ ସ୍ୱରରେ ଜନତା ଏହାର ଉତ୍ତର ‘ହଁ’ରେ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଜୁଲାଇରୁ ବିଜୁଳି ବିଲ୍ ଆସିବ ନାହିଁ । ବିରୋଧୀ ଦଳର ନେତା ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ନବୀନ । ତେଣୁ ଏଥର ବିଜେଡିର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅନୁରୋଧ କରିଥିଲେ ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami