ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି । ଏହା ପୂର୍ବରୁ ବିରୋଧୀ ଶିବିରରେ ଛନକା ପଶିଛି । ନବୀନ ପଟ୍ଟନାୟକଙ୍କ ଯୋଡି ଶଙ୍ଖ ଭିଡିଓ ଦେଖି ବିରୋଧୀ ନେତାଙ୍କ ନିଦ ହଜିଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ, ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା । ୨୪ ଘଣ୍ଟାରୁ କମ୍ ସମୟରେ ୪ ନିୟୁତ ଲୋକ ଏହି ଭିଡିଓ ଦେଖିସାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଲୋକପ୍ରିୟତା ହିଁ ବିରୋଧୀ ଦଳର ନେତା ଖାସ୍ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇର୍ଷାନ୍ୱିତ କରିଦେଇଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର ।
ଓଡିଶାର ପରମ୍ପରା ଓ ସଂସ୍କୃତିକୁ ଅପମାନିତ କରିଛନ୍ତି ଧର୍ମେନ୍ଦ୍ର
ଶଙ୍ଖ ଭବନରେ ଗଣମାଧ୍ୟମକୁ ।ଂସଦ ଡକ୍ଟର ସସ୍ମିତ ପାତ୍ର ଓ ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଣ କହୁଛନ୍ତି ଆଉ କଣ କରୁଛନ୍ତି ତାହା ଜାଣିପାରୁନାହାନ୍ତି । ଇର୍ଷା ଏବଂ କ୍ରୋଧରେ ନିଜର ହିତାହିତ ଜ୍ଞାନ ହରାଇ ସେ ମୁଖ୍ୟମନ୍ତ୍ରୀ ପିନ୍ଧିଥିବା ସମ୍ବଲପୁରୀ ଲୁଙ୍ଗିକୁ ସମାଲୋଚନା କରିଛନ୍ତି । ଏଭଳି କରି ସେ ଓଡିଶାର ପରମ୍ପରା ଓ ସଂସ୍କୃତିକୁ ଅପମାନିତ କରିଛନ୍ତି । ଲକ୍ଷ ଲକ୍ଷ ବୁଣାକାର, ଯେଉଁମାନେ ଏହାକୁ ତିଆରି କରିଛନ୍ତି, ଓଡିଶାର ଲକ୍ଷ ଲକ୍ଷ ଲୋକ ଯେଉଁମାନେ ଏହାକୁ ପିନ୍ଧୁଛନ୍ତି, ସେମାନଙ୍କୁ ଅପମାନିତ କରିଛନ୍ତି । ରାଜ୍ୟରେ ବୁଣାକାର ମାନଙ୍କର ଏକ ସଶକ୍ତ ଅର୍ଥନୀତି ରହିଛି, ସେମାନଙ୍କର ଉତ୍ପାଦ ବେଶ୍ ଲୋକପ୍ରିୟ ଯାହାର ବେଶ୍ ଚାହିଦା ମଧ୍ୟ ରହିଛି । ଏହି ସଶକ୍ତ ଅର୍ଥନୀତି ଉପରେ ଆଘାତ୍ ଦେବାକୁ ଶ୍ରୀଯୁକ୍ତ ପ୍ରଧାନ ଉଦ୍ୟମ କରିଛନ୍ତି ।
ବୁଣାକାର ଭାଇ ଭଉଣୀଙ୍କ ଅବଦାନକୁ ଭୁଲିଯାଇଛନ୍ତି କେନ୍ଦ୍ରମନ୍ତ୍ରୀ
ସାରା ଓଡିଶାରେ ଖାସ୍ କରି ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଲୋକ ଆଜି ବି ଲୁଙ୍ଗି ପିନ୍ଧନ୍ତି । ସେହି ଲୁଙ୍ଗିକୁ ଓଡିଶାର ବୁଣାକାର ମାନେ ତିଆରି କରନ୍ତି । ମୁଖ୍ୟମନ୍ତ୍ରୀ ଯେଉଁ ଲୁଙ୍ଗି ପିନ୍ଧିଥିଲେ ତାହା ହେଉଛି ସମ୍ବଲପୁରୀ ଲୁଙ୍ଗି । ଯାହା ପଛରେ ଅନେକ ବୁଣାକାରଙ୍କ ପରିଶ୍ରମ ଥିଲା । ଶ୍ରୀଯୁକ୍ତ ପ୍ରଧାନ ଓଡିଶା ବାହାରେ ବହୁ ବର୍ଷ ଧରି ରହିଛନ୍ତି । ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶରେ ଅନେକ ସମୟ ତାଙ୍କର କଟିଛି । ସେଥିପାଇଁ ଓଡିଶାର ପରମ୍ପରା, ସଂସ୍କୃତି ଏବଂ ଅର୍ଥନୀତିକୁ ବୁଣାକାର ଭାଇ ଭଉଣୀଙ୍କ ଅବଦାନକୁ ସେ ଭୂଲି ଯାଇଛନ୍ତି । ଶ୍ରୀଯୁକ୍ତ ପ୍ରଧାନ ଲକ୍ଷ ଲକ୍ଷ ବୁଣାକାରଙ୍କ ପାଖରେ, ଓଡିଶାବାସୀଙ୍କ ପାଖରେ ଖାସ୍ କରି ସମ୍ବଲପୁରବାସୀଙ୍କ ପାଖରେ ସେମାନଙ୍କର ପରମ୍ପରାକୁ ଅପମାନିତ କରିଥିବାରୁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ମୁଖପାତ୍ର ଡକ୍ଟର ପାତ୍ର ଓ ଶ୍ରୀ ମହାପାତ୍ର କହିଛନ୍ତି ।