ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

Above Post Content

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଏଥିପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ନାମାଙ୍କନ ପ୍ରକ୍ରିୟା ମଧ୍ୟ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ । ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଛି । ଏହା ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ ।

Middle post content

ପ୍ରକାଶ ପାଇଲା ୬ ଲୋକସଭା କ୍ଷେତ୍ରର ନିର୍ବାଚନ ସମୟ

After 2nd paragraph post ads

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ । ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ । ମେ’ ୯ ତାରିଖ ସୁଦ୍ଧା ପ୍ରାର୍ôଥପତ୍ର ପ୍ରତ୍ୟାହାର କରାଯିବ । ଏହାପରେ ମେ’ ୨୫ ତାରିଖରେ ଭୋଟ ଗ୍ରହଣ ହେବ । ଏଥି ସହିତ କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏ ଭୋଟ୍ ହେବ । ତେବେ ସମ୍ବଲପୁର ଲୋକସଭା କ୍ଷେତ୍ରର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀରେ କିଛିଟା ସମୟ ପରିବର୍ତ୍ତନ କରାଯାଇଛି । କୁଚିଣ୍ଡା, ରେଢାଖୋଲରେ ସକାଳ ୭ଟାରୁ ୪ଟା ଭୋଟ୍ ସମୟ ନିର୍ଦ୍ଦାରଣ କରାଯାଇଛି । ଦେବଗଡ଼ରେ ସକାଳ ୭ଟାରୁ ଅପରାହ୍ଣ ୫ଟା ଯାଏ ଭୋଟ୍ ଦେଇ ହେବ । ରେଙ୍ଗାଲି, ସମ୍ବଲପୁର, ଛେଣ୍ଡିପଦା, ଆଠମଲ୍ଲିକରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ହେବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami