ବିଜେପି ନେତାଙ୍କ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର ପ୍ରକଳ୍ପ କାମ ହେଲା ବିଳମ୍ବ

Above Post Content

ଭୁବନେଶ୍ୱର :ଘସିପୁରାରେ ଜୋରଦାର ପ୍ରଚାର କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ଦଳୀୟ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି । ଏହି ନିର୍ବାଚନୀ ସଭାରେ ପାଣ୍ଡିଆନ କହିଛନ୍ତି ଯେ, ଏଠାରେ କେବଳ ବିଧାୟକଙ୍କୁ ଜିତାଇଲେ ହେବ ନାହିଁ । ସାଂସଦ ଅଲଗା ଦଳ ହେଲେ ସେମାନେ ମୁଖ୍ୟମନ୍ତ୍ରୀଙ୍କ କାମରେ ବାଧା ଦେବେ ଓ ବିକାଶ କାମ ବିଳମ୍ବିତ ହେବ । ସେଥିଲାଗି ଉଭୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରିବାକୁ କହିଥିଲେ ପାଣ୍ଡିଆନ ।

Middle post content

ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ

After 2nd paragraph post ads

ପାଣ୍ଡିଆନ ଆହୁରି କହିଥିଲେ ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ତିନି ବର୍ଷ ପୂର୍ବରୁ ଶେଷ ହୋଇଥାନ୍ତା । ସେହିପରି ଏକାମ୍ର ପ୍ରକଳ୍ପ କାମ ମଧ୍ୟ ଦୁଇ ବର୍ଷ ଆଗରୁ ସରିବା କଥା । କିନ୍ତୁ ଜଣେ କେନ୍ଦ୍ରମନ୍ତ୍ରୀ ଓ ଭୁବନେଶ୍ୱର ସାଂସଦଙ୍କ ଯୋଗୁ ଏସବୁ କାମରେ ବିଳମ୍ବ ହେଲା । ତେଣୁ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଜିତାଇବାକୁ ପଡିବ । ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ସ୍ୱପ୍ନ ପୂରଣ ହୋଇପାରିବ ବୋଲି କହିଛନ୍ତି ପାଣ୍ଡିଆନ । ନିର୍ବାଚନ ସମୟରେ ବିଜେପିର ବଡ ବଡ ନେତାମାନେ ଆସିବେ, ବହୁ ପ୍ରତିଶୃତି ଦେବେ । ସେମାନଙ୍କୁ ପଚାରନ୍ତୁ ୨୦୧୪ରେ ଦରଦାମ କମାଇବା, ପେଟ୍ରୋଲ ଡିଜେଲ ଦର ହ୍ରାସ, ଡାଲି ଦର ହ୍ରାସ ନେଇ ଯେଉଁ ପ୍ରତିଶୃତି ଦେଇଥିଲେ ତାହା ଏଯାଏଁ କାହିଁକି ପୂରଣ ହେଲାନି । ଏହା ହେଉଛି ବିଜେପିର ଅସଲ ଚେହେରା । ନିର୍ବାଚନ ସମୟରେ ପ୍ରତିଶୃତି ଦେବେ ପରେ ଭୁଲିଯିବେ । କେବଳ କୁମ୍ଭୀର କାନ୍ଦଣା କାନ୍ଦନ୍ତି, ନିର୍ବାଚନ ପରେ ଦେଖା ମିଳନ୍ତି ନାହିଁ ବୋଲି ସେ କହିଛନ୍ତି । ଘଷିପୂରା ପୂର୍ବରୁ ତେଲକୋଇରେ ପ୍ରଚାର କରି ବିଜେଡିର ଲୋକସଭା ପ୍ରାର୍ଥୀ ଓ ବିଧାନସଭା ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଥିଲେ ପାଣ୍ଡିଆନ ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami