ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

Above Post Content

ଭୁବନେଶ୍ୱର: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ଉଦ୍ଦେଶ୍ୟରେ ସେ ଓଡ଼ିଶା ଆସୁଛନ୍ତି । ଏହାପରେ ପୁଣି ସେ ଆସନ୍ତା ୧୦ ଓ ୧୧ ତାରିଖରେ ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆଜି ଅପରାହ୍ନରେ ଓଡ଼ିଶା ଆସି ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାରକୁ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଏହି ଦୁଇ ଦିନିଆ ଗସ୍ତକୁ ଦୃଷ୍ଟିରେ ରଖି ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ରାଜଭବନରେ କରିବେ ରାତ୍ରିଯାପନ

After 2nd paragraph post ads
Middle post content

ଆଜି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ । ଏହାପରେ ସେ ସିଧା ରାଜଭବନ ଯାଇ ସେଠାରେ ରାତ୍ରିଯାପନ କରିବେ । ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ଯାଇ ସେଠାରେ ଦଳ ପକ୍ଷରୁ ଆୟୋଜିତ ନିର୍ବାଚନୀ ସମାବେଶରେ ଯୋଗଦେବେ । ଏହାପରେ ନବରଙ୍ଗପୁରରେ ମଧ୍ୟ ଏକ ଜନସଭାକୁ ସମ୍ବୋଧିତ କରି ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଆସନ୍ତା ୧୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ । ୧୧ ତାରିଖରେ ସେ ବଲାଙ୍ଗିରରେ ଏକ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ମୁତୟନ ହେବେ ୨୦ ପ୍ଲାଟୁନ ପୋଲିସ ଫୋର୍ସ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଲାଗି ଶନିବାର କମିସନରେଟ୍ ପୋଲିସ ପକ୍ଷରୁ କାରକେଡ୍ ରିହରସାଲ୍ କରାଯାଇଛି । ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ଏଥିସହ ୩ ଡିସିପି, ୧୦ ଏସିପି, ୧୭ ଇନ୍ସପେକ୍ଟର ଓ ୯୦ ଏଏସ୍‌ଆଇ/ଏସ୍‌ଆଇଙ୍କୁ ସୁରକ୍ଷା ଦାୟିତ୍ୱ ଦିଆଯାଇଛି । ଟ୍ରାଫିକ ନିୟନ୍ତ୍ରଣ ଲାଗି ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ରାସ୍ତାରେ ବ୍ୟାରିକେଡ୍ କରାଯାଇ ଗମନାଗମନକୁ ନିୟନ୍ତ୍ରଣ କରାଯିବ । ବିମାନବନ୍ଦରରେ ସିଆଇଏସ୍‌ଏଫ୍ ସହ ପୋଲିସ ମୁତୟନ ରହିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ନୋ ଡ୍ରୋନ୍ ଫ୍ଲାଇଂ ଜୋନ୍ କରାଯିବ । ଏନେଇ ଏସ୍‌ପିଜି ସହ ବିସ୍ତୃତ ଭାବେ ଆଲୋଚନା କରାଯାଇଥିବା ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami