ଓଡ଼ିଶା ସଂସ୍କୃତି ବିରୋଧୀ ହେଲେ ଧର୍ମେନ୍ଦ୍ର

Above Post Content

ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁଣି ଶାଣିତ ସମାଲୋଚନା କଲେ ପ୍ରଣବ ପ୍ରକାଶ ଦାସ । ଧର୍ମେନ୍ଦ୍ରଙ୍କ ଅପରାଗତା ପେଡ଼ି ଖୋଲିବା ସହ ବାହାର ରାଜ୍ୟର ନେତାଙ୍କ ସହ ମିଶି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାବଦରେ ଅପମାନସୂଚକ ମନ୍ତବ୍ୟ ଦେଇଛନ୍ତି ବୋଲି କହିଲେ ପ୍ରଣବ । ଏଥିସହ ଧର୍ମେନ୍ଦ୍ର ଓଡ଼ିଶା ସଂସ୍କୃତି ବିରୋଧୀ ବୋଲି କହି ଟାର୍ଗେଟ କରିଛନ୍ତି ପ୍ରଣବ ।

ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ

After 2nd paragraph post ads
Middle post content

ସୋସିଆଲ ମିଡିଆ ଏକ୍ସରେ ପ୍ରଣବ କହିଛନ୍ତି, ୨୪ ବର୍ଷ ହେଲା ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଆସୁଛନ୍ତି । ଓଡ଼ିଶାବାସୀ ମୁଖ୍ୟମନ୍ତ୍ରୀଙ୍କୁ ବହୁତ ଭଲ ପାଇଥାନ୍ତି । ନବୀନ ମଧ୍ୟ ଓଡ଼ିଶାବାସୀଙ୍କୁ ନିଜ ପରିବାର ସଦସ୍ୟ ଭଳି ଭାବି କାର୍ଯ୍ୟ କରିଥାନ୍ତି । ହେଲେ ବାହାର ରାଜ୍ୟରୁ ନେତାଙ୍କୁ ଆଣି ଓଡ଼ିଶାବାସୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ବାବଦରେ ଅପମାନସୂଚକ ମନ୍ତବ୍ୟ ଦେଉଛି ବିଜେପି । ଅଶୋଭନୀୟ ଶବ୍ଦ ପ୍ରୟୋଗ କରିବା ରାଜ୍ୟ ବିଜେପିକୁ ଆଦୌ ଶୋଭାଦେଉନି । ନିଜେ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସେମାନଙ୍କ ସହ ମିଶି ସମାନ ଭାଷା ବ୍ୟବହାର କରିବା ଓଡ଼ିଶା ସଂସ୍କୃତି ବିରୋଧୀ । ସେ କହିଛନ୍ତି, ବାହାରୁ ଆସୁଥିବା ନେତା ଆମ ଅତିଥି, ସେଥିପାଇଁ ଆମେ ବିଶେଷ କିଛି ପ୍ରତିକ୍ରିୟା ରଖୁ ନଥିଲୁ, କାରଣ ବିଜେଡି ସବୁବେଳେ ଓଡ଼ିଶାର ସଂସ୍କୃତିକୁ ପାଳନ କରେ । ଗତ ୧୦ ବର୍ଷ ହେଲା ଓଡ଼ିଶା ବିଜେପି ନେତା ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ମନ୍ତବ୍ୟ ଦେଇ ଆସୁଛନ୍ତି । କାରଣ ସେମାନଙ୍କ ନିକଟରେ ଆଉ କିଛି ମୁଦ୍ଦା ନାହିଁ ।

ଏନଏଚ ୫୫ କାମ ଶୀଘ୍ର ସାରିବାକୁ ତତ୍ପରତା ଦେଖାଇ ନାହାନ୍ତି ଧର୍ମେନ୍ଦ୍ର

ଧର୍ମେନ୍ଦ୍ରଙ୍କ ଅପରାଗତା ପେଡ଼ି ଖୋଲି ପ୍ରଣବ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ଓ ସମଲେଇ ପ୍ରକଳ୍ପକୁ ବିରୋଧ କରିଥିବା ଧର୍ମେନ୍ଦ୍ର ପ୍ରଧାନ ଏନଏଚ-୫୫ କାମ କିଭଳି ଶୀଘ୍ର ସରିବ ସେନେଇ ତତ୍ପରତା ଦେଖାଇନାହାନ୍ତି । ଯେଉଁଥିପାଇଁ ହଜାର ହଜାର ଲୋକଙ୍କ ଜୀବନ ଯାଇଛି । ମହାନଦୀ ପ୍ରସଙ୍ଗରେ ଧର୍ମେନ୍ଦ୍ର ଛତିଶଗଡ଼ ପାଇଁ କରିଥିବା ଓକିଲାତି କାହାକୁ ଅଛପା ନାହିଁ । ସମ୍ବଲପୁର ସଭାରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ପଚାରିଥିବା ପ୍ରଶ୍ନର ଗୋଟିଏ ବି ଉତ୍ତର ଦେଇପାରିଲେନି ଧର୍ମେନ୍ଦ୍ର । କାରଣ ସେ ଗତ ୧୦ ବର୍ଷ ମଧ୍ୟରେ କିଛି ବି କାମ କରିନାହାନ୍ତି । ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ମିଛ ପ୍ରଚାର ହେଉ ଅବା ଓଡ଼ିଶାର ବିକାଶକୁ ବିରୋଧ କରିବାର ମାନସିକତା, ବିଜେପିର ମିଛକୁ ଓଡ଼ିଶାବାସୀ ଜାଣି ସାରିଲେଣି । ଏଭଳି ଡାହା ମିଛକୁ ସେମାନେ ଆଦୌ ଗ୍ରହଣ କରୁନାହାନ୍ତି । ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ତିନି ଚତୁର୍ଥାଂଶ ଆସନ ସହ ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ପ୍ରଣବ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami