![Above Post Content](http://risingodisha.in/wp-content/uploads/2023/07/c3326471d6b687956600ca672258ba5b.webp)
ନୂଆଦିଲ୍ଲୀ: ଋଷରେ ପଞ୍ଚମ ଥର ଲାଗି ରାଷ୍ଟ୍ରପତି ହେଲେ ଭ୍ଲାଦିମିର ପୁଟିନ । ୨୦୦ ବର୍ଷ ଇତିହାସରେ ହୋଇଛନ୍ତି ସର୍ବାଧିକ କାଳ କ୍ଷମତାସୀନ ରାଷ୍ଟ୍ରପତି । ପ୍ରାୟ ୮୮ ପ୍ରତିଶତ ଭୋଟ ହାସଲ କରି ବିଜୟୀ ହୋଇଛନ୍ତି ପୁଟିନ । କମ୍ୟୁନିଷ୍ଟ ଦଳ ପ୍ରାର୍ଥୀ ସମେତ ୩ ପ୍ରାର୍ଥୀଙ୍କ ଶୋଚନୀୟ ପରାଜୟ ହୋଇଛି । ବିଭିନ୍ନ ରାଷ୍ଟ୍ରରେ ହୋଇଥିବା ନିର୍ବାଚନରେ ଭାଗ ନେଇଥିଲେ ଅଧିକାଂଶ ଋଷ ନାଗରିକ । ନିର୍ବାଚନକୁ ଭଣ୍ଡୁର କରିବା ଲାଗି ୟୁକ୍ରେନ ଉଦ୍ୟମ କରୁଛି ବୋଲି ଅଭିଯୋଗ କରିଥିଲା ଋଷ ।
![Middle post content](http://risingodisha.in/wp-content/uploads/2023/08/website-1-e1691833471554.jpg)
ପୁଟିନ୍ ହେଉଛନ୍ତି ସର୍ବାଧିକ କାଳ ରହିଥିବା ରାଷ୍ଟ୍ରପତି
![After 2nd paragraph post ads](http://risingodisha.in/wp-content/uploads/2023/08/728.jpg)
ନିର୍ବାଚନରେ କମ୍ୟୁନିଷ୍ଟ ପାର୍ଟିର ନିକୋଲାଇ କାରିତୋନୋଭ, ଲିବରାଲ ଡେମୋକ୍ରାଟିକ ପାର୍ଟି ଅଫ ଋଷିଆର ଲିଓନିଦ ସ୍ଲଟସ୍କି, ନ୍ଯୁ ପିପୁଲ ପଲିଟିକାଲ ପାର୍ଟିର ଭ୍ଲାଦିସ୍ଲାଭ ଦାଭାନକୋଭଙ୍କ ପରାଜୟ ଘଟିଛି । ନିର୍ବାଚନକୁ ଜାତିସଂଘ ନିରାପତ୍ତା ପରିଷଦର ବିଭିନ୍ନ ସଦସ୍ୟ ରାଷ୍ଟ୍ରଙ୍କ ପକ୍ଷରୁ ବିରୋଧ କରାଯାଇଥିବା ବେଳେ ଭ୍ଲାଦିମିର ପୁଟିନ ବଞ୍ଚିଥିବା ଯାଏ ରାଷ୍ଟ୍ରପତି ରହିବାକୁ ଚାହାଁନ୍ତି ବୋଲି କହିଥିଲେ ବିଭିନ୍ନ ସାମାଜିକ ଅଧିକାର ଓ ଦୁର୍ନୀତି ବିରୋଧୀ ସଂଗଠନ । ୨୦୦୦ ମସିହାରୁ ଋଷର ରାଷ୍ଟ୍ରପତି ଭାବେ କ୍ଷମତା ଦଖଲ କରିଆସୁଛନ୍ତି ପୂର୍ବତନ କେଜିବି ଏଜେଣ୍ଟ । ୟୁକ୍ରେନର ଯେଉଁ ଯେଉଁ ଅଞ୍ଚଳ ଋଷ କବଜାରେ ରହିଛି ସେଠାରେ ବି ଏହି ନିର୍ବାଚନ ହୋଇଥିଲା । ୭୧ବର୍ଷ ବୟସ୍କ ପୁଟିନ ପଞ୍ଚମ ଥର ଲାଗି ରାଷ୍ଟ୍ରପତି ହୋଇଛନ୍ତି । ପୁଟିନଙ୍କ ଅଧିକାଂଶ ସମାଲୋଚକ ଓ ବିରୋଧୀ ଜେଲରେ ଅଛନ୍ତି । ତାଙ୍କର ସବୁଠାରୁ ବଡ ବିରୋଧୀ କୁହାଯାଉଥିବା ଆଲେକ୍ସି ନାଭାଲନିଙ୍କ ମୃତ୍ୟୁ ଗତ ଫେବୃଆରୀରେ ହୋଇଛି । ଭାରତ, ଥାଇଲାଣ୍ଡ, ଅଷ୍ଟ୍ରେଲିଆ ଆଦି ରାଷ୍ଟ୍ରରେ ବାସ କରୁଥିବା ଋଷ ନାଗରିକମାନେ ବି ଦେଇଥିଲେ ଭୋଟ । ପୁଟିନ ହୋଇଛନ୍ତି ଋଷର ୨୦୦ ବର୍ଷର ଇତିହାସରେ ସର୍ବାଧିକ କାଳ ରହିଥିବା ରାଷ୍ଟ୍ରପତି ।
![Below Post Content](http://risingodisha.in/wp-content/uploads/2023/07/5ca1c8be182baca302722f4c96b37584.webp)