ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର

Above Post Content

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର । ଏଣିକି ସହଜ ହେବ ମାଟ୍ରିକ ପରୀକ୍ଷା । ୨୦୨୪ ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି । ଏହି ପ୍ରଶ୍ନପତ୍ର ଅନୁଯାୟୀ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିବେ । ଜିଲ୍ଲା ଶିକ୍ଷା ଅଧିକାରୀମାନେ ପ୍ରଶ୍ନପତ୍ରଗୁଡ଼ିକୁ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପଠାଇବା ସହ ସମସ୍ତ ପିଲାଙ୍କ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି ।

Middle post content

ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପଡ଼ିବ ପ୍ରଶ୍ନ

After 2nd paragraph post ads

ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି । ଓଡ଼ିଆ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏଁ ସେଟ୍ ନମୁନା ପ୍ରଶ୍ନପତ୍ର ପଠାଯାଇଛି । ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ସହାୟକ ହେବ । ଡିଇଓ ପ୍ରଶ୍ନପତ୍ରଗୁଡ଼ିକୁ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ପଦକ୍ଷେପ ନେବେ । ପ୍ରଧାନଶିକ୍ଷକଙ୍କୁ ପ୍ରଶ୍ନପତ୍ର ପଠାଇବା ସହ ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପ୍ରଶ୍ନପତ୍ର ପହଞ୍ଚାଇବାକୁ ଡିଇଓ ବ୍ୟବସ୍ଥା କରିବେ । ଜିଲା ସ୍ତରର ଅଭିଜ୍ଞ ଶିକ୍ଷକଙ୍କ ଦ୍ୱାରା ପ୍ରଶ୍ନପତ୍ର ପ୍ରସ୍ତୁତ କରି ଡିଜିଟାଲ କୋଶ୍ଚିନ ବ୍ୟାଙ୍କ ପାଇଁ ନିର୍ଦ୍ଦେଶାଳୟକୁ ପଠାଇବାକୁ ମଧ୍ୟ କୁହାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami