ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

Above Post Content

ଭୁବନେଶ୍ୱର : ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ଓଡିଶା ଛୁଇଁଲା ମୌସୁମୀ ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଥିବା ନେଇ ସୂଚନା ମିଳିଛି । ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ମିଳିଥିବା ସୂଚନା ଅନୁସାରେ ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଏହା ଓଡ଼ିଶାରେ ପ୍ରବେଶ କରିଛି।
ଅନ୍ୟପଟେ ଆସନ୍ତା ୧୮ ଏବଂ ୧୯ ତାରିଖରେ ପାଗ ଅନୁକୂଳ ରହିବା ନେଇ ପୂର୍ବାନୁମାନ କରାଯାଇଛି । ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ରହିଥିବା ବେଳେ , ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami