ରାଜ୍ୟରେ ଗଠନ ହେଲା ୨୨ଟି ନୂଆ ଏନଏସି
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରିଛନ୍ତି । ଏଥିସହିତ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର …