୨୩ ପରେ ଉପକୂଳରେ ହାଲୁକା ବର୍ଷା ସମ୍ଭାବନା
ଭୁବନେଶ୍ୱର : ପୂଜାରେ ଛେଚିବ ନାହିଁ ବର୍ଷା । ୨୩ ତାରିଖ ପରେ ଉପକୂଳରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଏବେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଶୁକ୍ରବାର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ହେଲେ ଲଘୁଚାପର ପ୍ରଭାବ କେଉଁଠି ରହିବ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଆକଳନ କରାଯାଇ ନାହିଁ । ସାରା ରାଜ୍ୟରେ …