ଯୁବପିଢ଼ିଙ୍କ ପାଇଁ ନବୀନ ଆଣିବେ ସୁବର୍ଣ୍ଣ ଯୁଗ

Above Post Content

ଭୁବନେଶ୍ୱର : ଯୁବପିଢ଼ିଙ୍କ ପାଇଁ ଆସୁଛି ସୁବର୍ଣ୍ଣ ଯୁଗ । ଆଗାମୀ ୧୦ ବର୍ଷ ଯୁବପିଢ଼ିଙ୍କ ପାଇଁ ୫ଟି ଗ୍ୟାରେଣ୍ଟି ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁବପିଢ଼ିଙ୍କ ପାଇଁ ଆଗାମୀ ଯୋଜନା ବାବଦରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ବିଜେପି ନିର୍ବାଚନ ଇସ୍ତାହାରରେ ଯୁବପିଢିଙ୍କ ପାଇଁ କିଛି ନାହିଁ । ମୁଖ୍ୟମନ୍ତ୍ରୀ ଯୁବପିଢିଙ୍କ ଦ୍ୱାରା ବିକଶିତ ଓଡିଶା ଗଠନ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଦେଶର ପ୍ରଥମ ରାଜ୍ୟ ଭାବେ ଓଡିଶା ୧ ଲକ୍ଷ କୋଟିର ଯୁବ ବଜେଟ ଆଣିବ । ଏହି ଅର୍ଥ ଯୁବକଙ୍କ ପାଇଁ ୧୦ ବର୍ଷରେ ଖର୍ଚ୍ଚ ହେବ । ପ୍ରତିବର୍ଷ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ସେଥିରୁ ୧ ହଜାର କୋଟି ଟଙ୍କା ଛାତ୍ର ଛାତ୍ରୀଙ୍କ ମତାମତ ଆଧାରରେ ଖର୍ଚ୍ଚ ହେବ ।

Middle post content

ରୂପାନ୍ତରଣ ହୋଇଛି ୮ ହଜାର ସ୍କୁଲ

After 2nd paragraph post ads

ଦେଶର ପ୍ରଥମ ରାଜ୍ୟ ଭାବେ ଏଭଳି ଯୋଜନା କରିଛି ଓଡ଼ିଶା । ରାଜ୍ୟର ଯୁବକଙ୍କୁ ବିଶ୍ୱସ୍ତରୀୟ ସୁବିଧା ଦେବାକୁ ପ୍ଲାନ୍ କରାଯାଇଛି । ଛାତ୍ର ଛାତ୍ରୀଙ୍କ ଉଚ୍ଚଶିକ୍ଷା, ଦକ୍ଷତା ବିକାଶ, ରୋଜଗାର ବୃଦ୍ଧି ପାଇଁ ଯୋଜନା ରହିଛି । ଯୁବ ପୀଢ଼ିଙ୍କ ଜରିଆରେ ନୂଆ ଓଡିଶା ଗଠନ ପାଇଁ ଲକ୍ଷ ରଖିଛନ୍ତି ସରକାର । ବହୁ ପୂର୍ବରୁ ଏହି ଯୋଜନା ଆରମ୍ଭ ହୋଇଛି । ସେହି କ୍ରମରେ ସ୍କୁଲ ରୂପାନ୍ତରଣ, କଲେଜ ରୂପାନ୍ତରଣ ନେଇ ପଦକ୍ଷେପ ଆରମ୍ଭ ହୋଇଛି । ୮ ହଜାର ସ୍କୁଲ ରୂପାନ୍ତରଣ ହୋଇଛି । ୧ ହଜାର କଲେଜ ବି ରୂପାନ୍ତରଣ ହୋଇଛି । ଆଗକୁ ବି କଲେଜ ରୂପାନ୍ତରଣ ଜାରି ରହିବ । ଘରୋଇ ସ୍କୁଲ ଅପେକ୍ଷା ସରକାରୀ ସ୍କୁଲ ରେ ଅଧିକ ସୁବିଧା ମିଳିବ । ଦକ୍ଷତା ବିକାଶରେ ଓଡ଼ିଶା ଏକ ନମ୍ବର ହୋଇଛି । ମୁଖ୍ୟମନ୍ତ୍ରୀ ଯୁବପିଢ଼ିଙ୍କ ସହିତ ରହିଛନ୍ତି । ଯୁବ ପିଢ଼ି ମୁଖ୍ୟମନ୍ତ୍ରୀଙ୍କୁ ଆଶିର୍ବାଦ କରିବାକୁ ଅପିଲ କରିଛନ୍ତି ଭିକେ ପାଣ୍ଡିଆନ । ୨୦୨୪ ରୁ ୨୦୩୪ ଯାଏ ୧୦ ବର୍ଷ ଭିତରେ ଓଡିଶା ସବୁ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami