![Above Post Content](http://risingodisha.in/wp-content/uploads/2023/07/c3326471d6b687956600ca672258ba5b.webp)
ଭୁବନେଶ୍ୱର: ସରିଲା ଦଶହରା । ସବୁଆଡ ଲାଗୁଛି ଖାଁ..ଖାଁ..ଶୂନଶାନ । ପୂଜା ମଣ୍ଡପ ଶୂନ୍ୟ ପଡିଛି । ମା’ ଅଛନ୍ତି ହେଲେ ଭିଡ ନାହିଁ । ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣକୁ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ପୂଜା କମିଟି ଯୋଜନା କରିଛନ୍ତି । ନାସିକ ଢୋଲରେ କମ୍ପିବ ରାଜରାସ୍ତା । ମାଆଙ୍କୁ ମେଲାଣି ପାଇଁ ବିଭିନ୍ନ ପୂଜା ମଣ୍ଡପ ଗୁଡିକ ପ୍ରସ୍ତୁତି କରିଛନ୍ତି । ରାଜଧାନୀ ଭୁବନେଶ୍ୱରରେ ମାଆଙ୍କ ଭସାଣ ଉତ୍ସବ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।
୩୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
![After 2nd paragraph post ads](http://risingodisha.in/wp-content/uploads/2023/08/728.jpg)
![Middle post content](http://risingodisha.in/wp-content/uploads/2023/08/website-1-e1691833471554.jpg)
ଅପରାହ୍ନରେ ଆରମ୍ଭ ହେବ ଭସାଣି ଯାତ୍ରା । ଭସାଣୀ ଯାତ୍ରା ପାଇଁ ଭୁବନେଶ୍ୱରରେ ବ୍ୟାପକ ବ୍ୟବସ୍ଥା । ଭସାଣ ସମୟରେ ଯେଭଳି ଟ୍ରାଫିକ ସମସ୍ୟା ଉପୁଜିବ ସେଥିପାଇଁ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇଛି । ରାଜଧାନୀରେ ମୋଟ ୩୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।୧୫୦ ଜଣ ବରିଷ୍ଠ ପୋଲିସ ଅଧିକାରୀ ବିଭିନ୍ନ ସ୍ଥାନରେ ନଜର ରଖିବେ । ମାଆଙ୍କୁ ବିସର୍ଜନ ପାଇଁ କୁଆଖାଇ ଓ ଦୟାନଦୀ କୂଳରେ ଅସ୍ଥାୟୀ ପୋଖରୀ ଖୋଳାଯାଇଛି । ନଦୀ ଭିତରକୁ ଯିବା ଉପରେ କଟକଣା କରାଯାଇଛି । ଅସ୍ଥାୟୀ ପୋଖରୀ ଗୁଡ଼ିକ ନିକଟରେ ପୋଲିସ ମୁତୟନ ଥିବାବେଳେ, ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ବୋଟ ଧରି ଉପସ୍ଥିତ ରହିଛନ୍ତି । ଭୁବନେଶ୍ୱରରେ ମୋଟ ୧୮୮ଟି ପୂଜା ମେଢ଼ ରହିଛି । ସହିଦନଗର, ନୟାପଲ୍ଲୀ ଓ ଚନ୍ଦ୍ରଶେଖରପୁର ତିନୋଟି ଭସାଣ କମିଟି ଦ୍ୱାରା ମେଢ଼ ଗୁଡିକ ଶୋଭାଯାତ୍ରାରେ ଯିବେ ।
ଗୋଟିଏ ପଟ ରାସ୍ତାକୁ ସମ୍ପୂର୍ଣ୍ଣ ସିଲ୍
ସହିଦନଗର ଭସାଣ କମିଟିକୁ ଆସୁଥିବା ମେଢ଼ ଗୁଡିକ ବାଣୀବିହାର ଛକରୁ ଶୋଭାଯାତ୍ରାରେ ବାହାରି ରୂପାଲି ଛକ ଦେଇ ରାଜମହଲ ପର୍ଯ୍ୟନ୍ତ ଆସିବେ । ନୟାପଲ୍ଲୀ ଭସାଣ କମିଟି ମେଢ଼ ଗୁଡିକ ଉଜଚ ଛକ ଦେଇ ୟୁନିଟ-୮ ଦେଇ ୬ ନମ୍ବର ପର୍ଯ୍ୟନ୍ତ ଆସିବେ । ସେହିପରି ଚନ୍ଦ୍ରଶେଖରପୁର ଭସାଣ କମିଟି ମେଢ଼ ଗୁଡିକ କଳିଙ୍ଗ ହସ୍ପିଟାଲ ଛକ ଦେଇ ନଦୀ ପଠାକୁ ଯିବେ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥା ଉପରେ ଅଧିକ ଫୋକସ ଦେଇଛି କମିଶନରେଟ ପୋଲିସ । ଶୋଭାଯାତ୍ରା ବେଳେ ଗୋଟିଏ ପଟ ରାସ୍ତାକୁ ସମ୍ପୂର୍ଣ୍ଣ ସିଲ କରାଯିବ । ଅପରାହ୍ନ ୩ଟାରୁ ରାତି ଗୋଟାଏ ପର୍ଯ୍ୟନ୍ତ ସହର ଭିତରେ ଭାରିଯାନ ଚଳାଚଳ ଉପରେ କଟକଣା ଥିବା ବେଳେ ଟ୍ରାଫିକ ନିୟମ ବଳବତ୍ତର କରିବ ପୋଲିସ ।
![Below Post Content](http://risingodisha.in/wp-content/uploads/2023/07/5ca1c8be182baca302722f4c96b37584.webp)